ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍‌

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍‌ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍‌ ରୋଡ୍‌ରେ ଏଲ୍‌ଇଡି ଷ୍ଟ୍ରିଟ୍‌ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା ବାଇପାସ୍‌ ରୋଡ୍‌ର ପଳାଶୁଣୀ ଛକଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତାରେ କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ବିଦ୍ୟୁତ୍‌ ଶକ୍ତି ଖର୍ଚ୍ଚ କମିବା ସହିତ ଚୋରି ଓ ଲୁଟ୍‌ପାଟ ଭଳି ଆପରାଧିକ କାର୍ଯ୍ୟକଳାପ ମଧ୍ୟ ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଏଥିରେ ୩୮୭ ଖୁଣ୍ଟିରେ ୧୨୦ ଓ୍ବାଟ୍‌ ବିଶିଷ୍ଟ ୭୭୪ ଏଲ୍‌ଇ଼ଡି ଲାଇଟ ଲଗାଯାଇଛି। ଲିଙ୍ଗିପୁର, କେଶୁରା ଓ ପାଣ୍ଡରାଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିଲାଗି ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି। ବିଏମ୍‌ସି ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜ୍ୱଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିବା ବେଳେ ବିଏମ୍‌ସି କମିଶନର ପ୍ରେମଚାନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri