ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।  ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି ।

ଏହାର ପ୍ରଭାବରେ ୭ ଜିଲାରେ ପ୍ରବଳ ବର୍ଷା ହେବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଜିଲାକୁ ରେଡ ଆର୍ଲଟ ଜାରି ହୋଇଥିବା ବେଳେ । ମୟୂରଭଞ୍ଜ, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବା ସମ୍ଭାବନା ରହିଛି।
ସେହିପରି ୬ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ନିଂ ଥିବା ବେଳେ ପୁରୀ ଓ ନୟାଗଡ଼ ଜିଲକୁ ମଧ୍ୟ ଅରେଞ୍ଜ ୱାର୍ନିଂ ଜାରି ହୋଇଛି।

ଗୁରୁବାର  ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ବୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲାରେ ଗୁରୁବାର  ଏବଂ ଶୁକ୍ରବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ।

ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ପବନରେ ବେଗ ରହିପାରେ ୬୦-୮୦ କିଲୋମିଟର।

ସେହିପରି କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି ।ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri