‘ଡିଜିଟାଲ କାରବାରରେ ସତର୍କତାକୁ ଗୁରୁତ୍ୱ ’

ଭୁବନେଶ୍ୱର,୨୫।୧୧:ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ) ପକ୍ଷରୁ ନିକଟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟାଙ୍କର ଅମରେନ୍ଦ୍ର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ୟୁବିଓଆଇର ଅବସରପ୍ରାପ୍ତ ପୂର୍ବତନ ଉପମହାପ୍ରବନ୍ଧକ ମିହିର କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସେହିଭଳି ୟୁବିଓଆଇ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପମହାପ୍ରବନ୍ଧକ ସତ୍ୟବାନ ବେହେରା, ସହାୟକ ମହାପ୍ରବନ୍ଧକ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ସମେତ ୟୁକୋ ବ୍ୟାଙ୍କର ସହାୟକ ମହାପ୍ରବନ୍ଧକ ଦୀପ୍ତି ସେନାପତି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଦ୍ୱାରା ଦେଶବ୍ୟାପୀ ଚାଲିଥିବା ଜନ ସଚେତନତା କାର୍ଯ୍ୟକ୍ରମ ଅନୁଯାୟୀ ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ବ୍ୟାଙ୍କର ପ୍ରତିନିଧି ଏବଂ ବହୁ ସଂଖ୍ୟାର ଗ୍ରାହକ ମଧ୍ୟ ଯୋଗଦେଇଥିଲେ। ଅପରପକ୍ଷରେ ଏହି ଜନ ସଚେତନତା କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାର ଅହେତୁକ ଏବଂ ଅବୈଧ ଅନ୍‌ଲାଇନ ଫ୍ରଡ୍‌ ଟ୍ରାନ୍ସଲେସନରୁ କିପରି ସତର୍କତା ଅବଲମ୍ବନ କରାଯାଇପାରିବ ସେ ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରାଯାଇଥିଲା। ଏପରିକି ଡିଜିଟାଲ କାରବାର ସମୟରେ ସତର୍କତାକୁ ଗୁରୁତ୍ୱ ଦେବା ସହ ଠିକ୍‌ ଭାବେ କାରବାର କରିବାକୁ ଅତିଥିମାନେ ମତପ୍ରକାଶ କରିଥିଲେ। ଶେଷରେ କାର୍ଯ୍ୟକ୍ରମର ଆୟୋଜକ ତଥା ୟୁନିୟନ ବ୍ୟାଙ୍କ ନୟାପଲ୍ଲୀ ଶାଖାର ମୁଖ୍ୟ ପ୍ରବନ୍ଧକ ଏବଂ ଡିଷ୍ଟ୍ରିକ୍ଟ କୋଅର୍ଡିନେଟର ପ୍ରଭାକର ସେଠୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri