ଚିଲିକା ସୁରକ୍ଷାକୁ ଗୁରୁତ୍ବ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଚିଲିକା ଉପରେ ନିର୍ଭର କରୁଥିବା ମତ୍ସ୍ୟଜୀବୀଙ୍କୁ ଡଙ୍ଗା, ଜାଲ ଏବଂ ଡଙ୍ଗା ଇଞ୍ଜିନ ଯୋଗାଇ ଦିଆଯିବ। ଏହାସହ ୩ ସମୁଦ୍ର କୂଳବର୍ତ୍ତୀ ଜିଲାର ୧୮୬ ମତ୍ସ୍ୟ ପ୍ରାଥମିକ ସମବାୟ ସମିତି ଅନ୍ତର୍ଗତ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ଅନ୍ତର୍ଭୁକ୍ତ କରାଇବା ନେଇ ଗୁରୁତ୍ୱ ଦିଆଯାଇଛି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ଏ ସମ୍ପର୍କରେ ଆଲୋଚନା ହୋଇଛି। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଚିଲିକାର ସୁରକ୍ଷା, ମତ୍ସ୍ୟ ସମ୍ପଦର ବିକାଶ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବା ଲାଗି ଏନ୍‌ଫୋର୍ସମେଣ୍ଟ ଉପରେ ଗୁରୁତ୍ବ ଦିଆଯାଇଛି। ଖୁବ୍‌ଶୀଘ୍ର ସାତପଡ଼ାଠାରେ ଏ ସମ୍ପର୍କରେ ବିଭିନ୍ନ ମତ୍ସ୍ୟଜୀବୀ ସଙ୍ଗଠନର ମତ ଏବଂ ରାଜ୍ୟ ସରକାରଙ୍କ ଦ୍ବାରା ମତ୍ସ୍ୟଜୀବୀଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନ କରିବାକୁ ବୈଠକ ବସିବ। ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ମାଧ୍ୟମରେ ସବ୍‌ସିଡି ଜରିଆରେ ନେଟ୍‌, ବୋଟ୍‌ ଓ ମୋଟରଚାଳିତ ଡଙ୍ଗା ପାଇଁ ଇଞ୍ଜିନ ଉପଲବ୍ଧ କରାଯିବା ସହିତ ସାତପଡ଼ାଠାରେ ଏକ ଡିଜେଲ ଆଉଟ୍‌ଲେଟ୍‌, ବରଫ ଫ୍ୟାକ୍ଟ୍ରି ଶୀତଳ ଭଣ୍ଡାର ଏବଂ ଏକ ମତ୍ସ୍ୟ ଅବତରଣ କେନ୍ଦ୍ର ପ୍ରତିଷ୍ଠା ଉପରେ ବ୍ୟାପକ ଆଲୋଚନା ହୋଇଛି। ସାତପଡ଼ାରେ ମତ୍ସ୍ୟ ବିଭାଗ ପକ୍ଷରୁ ମାର୍କେଟ୍‌ ୟାର୍ଡ ପ୍ରତିଷ୍ଠା ଏବଂ ଅରଖକୁଦାଠାରେ ଏକ ଉନ୍ନତ ମାନର ମତ୍ସ୍ୟ ଅବତରଣ କେନ୍ଦ୍ର ଓ ଜେଟି ପ୍ରତିଷ୍ଠା ଉପରେ ମଧ୍ୟ ନିଷ୍ପତ୍ତି ହୋଇଛି ା ଏଥିପାଇଁ ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ୮ କୋଟି ଟଙ୍କା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି ା ୧୮୬ ମତ୍ସ୍ୟ ପ୍ରାଥମିକ ସମିତି ଅନ୍ତର୍ଗତ ସମସ୍ତ ସଦସ୍ୟମାନେ ନିଜସ୍ବ ଡଙ୍ଗା ମେଶିନ ଏବଂ ନେଟ୍‌ ପାଇଁ ୬୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି ମାଧ୍ୟମରେ ଯୋଗାଇଦେବାକୁ ସରକାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri