ଅତିରିକ୍ତ ବଜେଟ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ୨୦୨୦-୨୧ରେ ଅତିରିକ୍ତ ବଜେଟରେ ସରକାର ସ୍ବାସ୍ଥ୍ୟସେବାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ୧୬୨୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେଥିରୁ ସ୍ବାସ୍ଥ୍ୟସେବା ମିଶନ ଅଧୀନ ମେଡିକାଲ କଲେଜ, ପ୍ରାଥମିକ, ମାଧ୍ୟମିକ ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଥିବା ବେଳେ ସ୍ବାସ୍ଥ୍ୟକ୍ଷେତ୍ରରେ ଆନୁଷଙ୍ଗିକ ସେବାଗୁଡ଼ିକୁ ସୁଦୃଢ଼ କରିବା ସକାଶେ ୪୦୯ କୋଟି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୪୧୨ କୋଟି ବ୍ୟୟବରାଦ କରାଯାଇଛି। ସେଥିରୁ ଔଷଧ ପାଇଁ ୩୩୦ କୋଟି, ଆପାତକାଳୀନ ଆମ୍ବୁଲାନ୍ସ ସେବା ଲାଗି ୫୧ କୋଟି ଏବଂ ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି ପାଇଁ ୩୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେହିପରି ମେଡିକାଲ ଶିକ୍ଷା ପାଇଁ ଯନ୍ତ୍ରପାତି କ୍ରୟ ନିମନ୍ତେ ୨୨୭ କୋଟି, ଆୟୁଷ ଯୋଜନା ଅଧୀନରେ ଆୟୁଷ ସେବା ପାଇଁ ୨୬ କୋଟି ବ୍ୟୟବରାଦ ହୋଇଛି। ଅନ୍ୟପକ୍ଷରେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ବିଭାଗ ପାଇଁ ମୋଟ ୨୦୬୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୧୫୧୪ କୋଟି, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପାଇଁ ୫୦୦ କୋଟି, ଆମ ଗାଁ ଆମ ବିକାଶ ପିଠା ଯୋଜନାକୁ ୧୮ କୋଟି, ଜାତୀୟ ଜୀବିକା ମିଶନ ପାଇଁ ୯ କୋଟି ଖର୍ଚ୍ଚ ଆକଳନ କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିମନ୍ତେ ୧୦୭୭ କୋଟି ବ୍ୟବସ୍ଥା କରାଯାଇଛି। ସେଥିରୁ କୋଭିଡ୍‌-୧୯ ସହାୟତା ଓ ଟଙ୍କିକିଆ ଚାଉଳ ପାଇଁ ୧୦୬୭ କୋଟି, ଶିକ୍ଷା, କ୍ରୀଡ଼ା ଓ ଦକ୍ଷତା ବିକାଶ ପାଇଁ ୫୮୦ ଏବଂ ଅଣସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲ ପାଇଁ ୧୩୫ କୋଟି ବ୍ୟୟବରାଦ କରାଯାଇଛି। ଅନୁରୂପ ଭାବେ ସ୍କୁଲରେ ମଧ୍ୟାହ୍ନଭୋଜନ ପାଇଁ ୨୯୦ କୋଟି, ମତ୍ସ୍ୟ ଓ ପଶୁ ସମ୍ପଦର ବିକାଶ ପାଇଁ ୬୨ କୋଟି ଏବଂ ଏମ୍‌ଏସ୍‌ଏମ୍‌ଇ ବିକାଶ ପାଇଁ ୫୫ କୋଟି ଟଙ୍କାର ବଜେଟ ଅଟକଳ କରାଯାଇଛି। ରାଜପଥ ବିକାଶ ପାଇଁ ବଜେଟରେ ୧୫୦ କୋଟି ଟଙ୍କା ଆବଣ୍ଟନ କରାଯାଇଥିବା ବେଳେ ବିପର୍ଯ୍ୟୟ ଦ୍ୱାରା ନଷ୍ଟ ହୋଇଥିବା କୋଠାଗୁଡ଼ିକର ପୁନଃ ନିର୍ମାଣ ପାଇଁ ୨୬ କୋଟି, ପୋଷଣ ଯୋଜନା ପାଇଁ ୧୨ କୋଟି, ସାମାଜିକ ନିରାପତ୍ତା ପାଇଁ ୨୩ କୋଟି, ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ୨୩୦ କୋଟି ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri