‘ହରିତ୍‌ ପୃଥିବୀ ନିର୍ମାଣ ଉପରେ ଗୁରୁତ୍ୱ’

ବାଲେଶ୍ୱର ଅଫିସ, ୧।୩ – ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସୋମବାର ଜାତୀୟ ବିଜ୍ଞାନଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଫକୀରମୋହନ ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ମଧୁମିତା ଦାସ ଯୋଗଦେଇ ଆଧୁନିକ ପୃଥିବୀରେ ସମ୍ପ୍ରତି ବୈଜ୍ଞାନିକମାନଙ୍କର ଅଭାବ ନାହଁି, କିନ୍ତୁ ବିଜ୍ଞାନକୁ ବିଶ୍ୱର କଲ୍ୟାଣକର ପରିସ୍ଥିତି ଉଦ୍ଦେଶ୍ୟରେ ଉପଯୋଗ କରିବାର ବିଜ୍ଞାନୀ ମନସ୍କଙ୍କ ଅଭାବ ଲକ୍ଷ୍ୟ କରାଯାଉଛି। ହରିତ୍‌ ପୃଥିବୀ ନିର୍ମାଣ ବିଜ୍ଞାନ ଦିବସର ପ୍ରତିଶ୍ରୁତି ହେଉ ବୋଲି ମତ ଦେଇଥିଲେ।
ଭାବେ ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦ ଯୋଗଦେଇ ବିଜ୍ଞାନ ଏବଂ ପ୍ରକୃତି କିପରି ପରସ୍ପର ପରିପୂରକ ତାହା ଦର୍ଶାଇ ଜିଜ୍ଞାସୁ ମନୋବୃତ୍ତି ଜଣେ ସାଧାରଣ ମନୁଷ୍ୟକୁ ସୁଦ୍ଧା ବୈଜ୍ଞାନିକର ସ୍ତରକୁ ଉନ୍ନୀତ ହେବାରେ ସହାୟକ ହୋଇଥାଏ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରାଣୀ ବିଜ୍ଞାନ ବିଭାଗ ଅବସରପ୍ରାପ୍ତ ପ୍ରଫେସର ଭିକାରୀ ଚରଣ ଗୁରୁ ଯୋଗଦେଇ ବିଜ୍ଞାନ ଅନୁସନ୍ଧିତ୍ସୁ ମନ ନେଇ ନିରନ୍ତର ସାଧନା ଓ ପ୍ରୟୋଗର ବିଷୟ। ସମ୍ପ୍ରତି ମନୁଷ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାରେ ପାରଦର୍ଶିତା ଲାଭ କରି ଉନ୍ନତିର ଚରମ ସୋପାନ ଆରୋହଣ କରିଛି ବୋଲି ଯେତେ ସାବ୍ୟସ୍ତ କଲେ ମଧ୍ୟ ପ୍ରକୃତିର ଶକ୍ତି ଉପରେ ସିଏ କେବେ ବିଜୟଲାଭ କରିପାରିବ ନାହଁି। ବରଂ ମାଟି, ପାଣି, ପବନ ଆଦି ପ୍ରାକୃତିକ ଉପାଦାନର ସୁରକ୍ଷା ନିମିତ୍ତ ପ୍ରତିଟି ମନୁଷ୍ୟ ବିଶେଷତଃ ଶିକ୍ଷିତ ମନୁଷ୍ୟ ପ୍ରତିଶ୍ରୁତିବଦ୍ଧ ହୋଇପାରିଲେ ପୃଥିବୀରେ ଏକ ସୁସ୍ଥ ଓ ସୁନ୍ଦର ଜୀବନ ବଞ୍ଚତ୍ବା ସମ୍ଭବ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ମୁନେଶ ଚନ୍ଦ୍ର ଅଧିକାରୀ ଜାତୀୟ ବିଜ୍ଞାନ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କ ଉପସ୍ଥାପନା କରିଥିଲେ। କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ, ପଦାର୍ଥ ବିଜ୍ଞାନ ଓ କ୍ଷେପଣାସ୍ତ୍ର ବିଭାଗର ବିଭାଗ ମୁଖ୍ୟ ଡ. ସନ୍ତୋଷ ଅଗ୍ରୱାଲା, ଅଧ୍ୟାପକ ଡ. ବିବେକାନନ୍ଦ ନାୟକ ପ୍ରମୁଖ ବକ୍ତବ୍ୟ ରଖିଥିଲେ। ଏହି ପରିପ୍ରେକ୍ଷୀରେ ପ୍ରତିଟି ବିଜ୍ଞାନ ବିଭାଗରେ ସର୍ବୋଚ୍ଚ ନମ୍ବର ରଖି ଶ୍ରେଷ୍ଠ ବିବେଚିତ ହୋଇଥିବା ଜଣେ ଲେଖାଏଁ ବିଦ୍ୟାର୍ଥୀଙ୍କୁ ସମ୍ମାନିତ କରାଯାଇଥିଲା। ଏଥିସହିତ ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଆୟୋଜିତ ହୋଇଥିଲା। ଏଥିରେ ଅନୁସନ୍ଧିତ୍ସୁ ଓ ଗବେଷକ ବିଦ୍ୟାର୍ଥୀମାନେ ଅଂଶଗ୍ରହଣ କରି ନିଜ ନିଜର ପ୍ରକଳ୍ପ ଉପସ୍ଥାପନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri