‘କାର୍ଯ୍ୟକ୍ଷେତ୍ରରେ ନିରାପତ୍ତାକୁ ଗୁରୁତ୍ୱ’

ଭୁବନେଶ୍ୱର,୩୦।୧୨:ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ନିରାପତ୍ତାଜନିତ ଏକ ଜନସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଚଳିତ ବର୍ଷ ଖ୍ରୀଷ୍ଟମାସ ଅବସରରେ ସେଫ୍ଟି ସାନ୍ତା ଜରିଆରେ କମ୍ପାନୀର ପ୍ଳାଣ୍ଟ ଓ ଟାଉନଶିପ ଅଞ୍ଚଳରେ ଉକ୍ତ ନିରାପତ୍ତା ଅଭିଯାନର ପ୍ରଚାରପ୍ରସାର କରାଯାଇଥିଲା। ଏପରିକି କମ୍ପାନୀର ସୁରକ୍ଷା କର୍ମଚାରୀମାନେ ମଧ୍ୟ ସାନ୍ତା କ୍ଲଜ୍‌ ବେଶ ପରିଧାନ କରି ପ୍ଲାଣ୍ଟ ସାଇଟ ଓ ଘରକୁ ଘର ବୁଲି ବିଭିନ୍ନ କାର୍ଯ୍ୟରେ ନିରାପତ୍ତା ବିଷୟ ଉପରେ ଗୁରୁତ୍ୱ ଦେଇଥିଲେ। ସେହିପରି ଆନନ୍ଦ ମହୋତ୍ସବ କରିବା ବ୍ୟତୀତ ଝାରସୁଗୁଡ଼ାରେ ସୁରକ୍ଷା ସାନ୍ତା ସଚେତନତା ଅଧିବେଶନର ଆୟୋଜନ କରାଯାଇଥିଲା। ଏଥିରେ ଅଗ୍ନି ନିରାପତ୍ତା ବାହିନୀ, ବ୍ୟକ୍ତିଗତ ପ୍ରତିରକ୍ଷା ଯନ୍ତ୍ରପାତି ରକ୍ଷଣାବେକ୍ଷଣ ଓ ବୈଦ୍ୟୁତିକ ଯନ୍ତ୍ରପାତିର ସୁରକ୍ଷା ଦିଗରେ ମଧ୍ୟ ବ୍ୟାପକ ସଚେତନତା ସମସ୍ତଙ୍କୁ ବେଶ୍‌ ଉତ୍ସାହିତ କରିଥିଲା। ଏ ସମ୍ପର୍କରେ ବେଦାନ୍ତ ଲିଃ.ର ସିଇଓ ସୁନୀଲ ଗୁପ୍ତା କହିଛନ୍ତି, କମ୍ପାନୀର କର୍ମକ୍ଷେତ୍ର ପରିସରରେ ସର୍ବୋଚ୍ଚ ନିରାପତ୍ତା ମାନଦଣ୍ଡକୁ ବଜାୟ ରଖିବା ଲାଗି ଆମେ ପ୍ରତିବଦ୍ଧ ରହିଛୁ। ବିଶେଷକରି ନିରାପତ୍ତା ସାନ୍ତା ଭଳି ଅଭିନବ ପଦକ୍ଷେପ ମାଧ୍ୟମରେ ଆମେ ତା’ର ପ୍ରଚାରପ୍ରସାରକୁ ଏକ ମଜାଳିଆ ଶୈଳୀରେ ସବୁ ମହଲରେ ପ୍ରସାର କରିପାରିଥିବାରୁ ବେଶ୍‌ ଆନନ୍ଦିତ ଅଛୁ। ଏପରିକି କମ୍ପାନୀର ବୈଷୟିକ ଜ୍ଞାନକୌଶଳ ଓ ଆଚରଣ ପଦ୍ଧତିକୁ ସୁରକ୍ଷା ସହ ଜଡ଼ିତ କରିବା ଲାଗି ଏଭଳି ପ୍ରୟାସ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?