‘ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୁରାତନ’

ଭୁବନେଶ୍ୱର,୨୪।୪ (ବ୍ୟୁରୋ): ଓଡ଼ିଶା ପରମ୍ପରାରେ ଦକ୍ଷତାର ଗୁରୁତ୍ୱ ବହୁ ପୂର୍ବରୁ ରହିଆସିଛି। ଆବହମାନ କାଳରୁ ଓଡ଼ିଶା ମାଟିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ରବିବାର ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ପରିସରରେ ଜି-୨୦ ଶିକ୍ଷା ଓ୍ବାର୍କିଂ ଗ୍ରୁପ୍‌ ବୈଠକ ପରିପ୍ରେକ୍ଷୀରେ ‘ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ’କୁ ଉଦ୍‌ଘାଟନ କରି କେନ୍ଦ୍ରମନ୍ତ୍ରୀ ଏହା କହିଛନ୍ତି। ଏହି ଅବସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ‘ଭବିଷ୍ୟତ କାର୍ଯ୍ୟଶୈଳୀରେ ଗହନ ପ୍ରଯୁକ୍ତି ସହ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ’ ଶୀର୍ଷକ ସମ୍ମିଳନୀ ଅନୁଷ୍ଠିତ
‘ଓଡ଼ିଶା ପରମ୍ପରାରେ …
ହୋଇଥିଲା। ଏଥିରେ ସମ୍ବୋଧିତ କରି କେନ୍ଦ୍ରମନ୍ତ୍ରୀ କହିଲେ, ବିଶ୍ୱ ଦ୍ରୁତଗତିରେ ପରିବର୍ତ୍ତନ ହେଉଛି। ଏହା ସହ ତାଳ ଦେବାକୁ ହେଲେ ଦକ୍ଷତା ବିକାଶ ନିତାନ୍ତ ଆବଶ୍ୟକ। ୨୦୪୭ ସୁଦ୍ଧା ବିଶ୍ୱ ଯୁବବର୍ଗଙ୍କ ମଧ୍ୟରେ ୨୫% ଭାରତରୁ ରହିବେ। ଆଗାମୀ ଦିନରେ ଡିଗ୍ରୀ ନୁହେଁ, ଦକ୍ଷତା ଓ ସାମର୍ଥ୍ୟ ହିଁ ଗୁରୁତ୍ୱ ବହନ କରିବ। ଏ ଦିଗରେ ଜି-୨୦ ଶିକ୍ଷା ଓ୍ବାର୍କିଂ ଗ୍ରୁପ୍‌ ବୈଠକ ବିଶେଷ ଭାବେ ସହାୟକ ହେବ। ଏକବିଂଶ ଶତାବ୍ଦୀ ଜ୍ଞାନ ଆଧାରିତ ଟେକ୍ନୋଲୋଜିର ଯୁଗ ହେବ। ଏହି ସମୟରେ ଭାରତ ବିଶ୍ୱ ଆକାଂକ୍ଷାକୁ ପୂରଣ କରିବ। ଅଟୋମେଶନ, ମେକାନାଇଜେଶନ୍‌, ଡିଜିଟାଇଜେଶନ ଏବଂ ଟେକ୍ନୋଲୋଜି କାର୍ଯ୍ୟ କରିବାର ପୁରୁଣା ପଦ୍ଧତିକୁ ପରିବର୍ତ୍ତନ କରି ନୂଆ ନୂଆ ଚାକିରି ସୁଯୋଗ ସୃଷ୍ଟି କରୁଛି। ଏହାର ଅର୍ଥ ଆମକୁ ସବୁବେଳେ ସ୍କିଲ୍‌, ରି ସ୍କିଲ୍‌ ଏବଂ ଅପ୍‌ ସ୍କିଲର ଆବଶ୍ୟକତା ରହିଛି। ଜି-୨୦ ଜନଭାଗିଦାରୀରେ ଓଡ଼ିଶାବାସୀଙ୍କ ଯୋଗଦାନ ଉତ୍ସାହପୂର୍ଣ୍ଣ। ଏଥିରେ ଶିଳ୍ପସମୂହ, ଶିକ୍ଷାନୁଷ୍ଠାନ, ଷ୍ଟାର୍ଟଅପ୍‌ ପରିସଂସ୍ଥାନ ଏବଂ ଷ୍ଟେକ୍‌ହୋଲ୍ଡର ଜି-୨୦ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ଫ୍ରେମ୍‌ଓ୍ବାର୍କରେ ସାମିଲ ହୋଇ ଭାରତକୁ ବିଶ୍ୱ ମାନବ ସମ୍ବଳର ପେଣ୍ଠସ୍ଥଳ କରିବାକୁ କେନ୍ଦ୍ରମନ୍ତ୍ରୀ ଆହ୍ବାନ ଦେଇଥିଲେ।
ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟର ସଚିବ ଅତୁଲ କୁମାର ତିଓ୍ବାରୀ ଯୋଗଦେଇ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିରେ ୪ଟି ପ୍ରମୁଖ ବିଷୟ – ଫାଉଣ୍ଡେଶନ ଲିଟେରାସି ଆଣ୍ଡ୍‌ ନ୍ୟୁମରେସି, ଏଡୁଟେକ୍‌, ରିସର୍ଚ୍ଚ ଏବଂ ଭବିଷ୍ୟତର ଦକ୍ଷତା ସମ୍ପର୍କରେ ଚର୍ଚ୍ଚା କରାଯିବ। ଜି-୨୦ରେ ବିଭିନ୍ନ ଦେଶ ଅଂଶଗ୍ରହଣ କରିବା ସହ ନିଜର ଚିନ୍ତାଧାରା ବାଣ୍ଟିବେ। ଏପ୍ରିଲ ୧ରୁ ଜନଭାଗିଦାରୀ ଅନ୍ତର୍ଗତ ବିଭିନ୍ନ ଅନୁଷ୍ଠାନ ଏବଂ ଅନ୍ୟ ସଂଗଠନକୁ ସାମିଲ କରାଯାଇଛି। ଭୁବନେଶ୍ୱର ପାଇଁ ଏହା ଏକ ଭଲ ସୁଯୋଗ ଆଣିଦେବ। ଏଥିରେ ଭବିଷ୍ୟତର ଜ୍ଞାନକୌଶଳ ସମ୍ପର୍କରେ ଅନ୍ୟମାନେ ଜାଣିପାରିବେ ବୋଲି ତିଓ୍ବାରୀ କହିଥିଲେ।
ପରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ଶିକ୍ଷା, ସ୍ବାସ୍ଥ୍ୟ, ମୋବିଲିଟି, ମେଟାଭର୍ସ, ରିଭର୍ସ ଇଞ୍ଜିନିୟରିଂ, ଡ୍ରୋନ୍‌ ଟେକ୍ନୋଲୋଜି ସହ ହସ୍ତତନ୍ତ, ଓଡ଼ିଆ ଭାସ୍କର୍ଯ୍ୟ, କଳା ସଂସ୍କୃତି, ପାଶ୍ଚାତ୍ୟ ପଢା ଶୈଳୀକୁ ନେଇ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ବୁଲି ଦେଖିଥିଲେ। ସିଆଇଆଇ ମିଶନ୍‌ ଅନ୍‌ ଟେକ୍‌, ଇନୋଭେଶନ୍‌ ଆଣ୍ଡ୍‌ ରିସର୍ଚ୍ଚ ଆଣ୍ଡ୍‌ ଫ୍ୟୁଚର ମୋବିଲିଟିର ଚେୟାରମ୍ୟାନ୍‌ ବିପିନ ସୋନ୍ଧି, ୟୁଏସ୍‌ଆଇବିସି ସଭାପତି ତଥା ସାଉଥ୍‌ ଏସିଆ, ୟୁଏସ ଚାମ୍ବର ଅଫ୍‌ କମର୍ସ ଉପସଭାପତି ଆମ୍ବାସାଡର ଅତୁଲ କେସପ୍‌, ଜି-୨୦ ପ୍ରେସିଡେନ୍ସି ଚିଫ୍‌ କୋଅର୍ଡିନେଟର ହର୍ଷବର୍ଦ୍ଧନ ଶ୍ରୀଙ୍ଗ୍‌ଲା ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା କରାଯାଇଥିଲା। ଜି-୨୦ ଶିକ୍ଷା ଓ୍ବାର୍କିଂ ଗ୍ରୁପ୍‌ର ତୃତୀୟ ସଂସ୍କରଣ ବୈଠକ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri