ଶୃଙ୍ଖଳିତ ନିର୍ବାଚନକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଡିଜିପି ସୁନୀଲ ବଂଶଲ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆୟୋଜିତ ଭିଡିଓ କନ୍‌ଫରେନ୍ସ ଜରିଆରେ ବଂଶଲ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂକ୍ରାନ୍ତରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ନିର୍ବାଚନକୁ ଅବାଧ, ସ୍ବଚ୍ଛ, ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରିବା, ମତଦାନ ଓ ଗଣତି ସମୟରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିୟମାନୁଯାୟୀ, ଆଦର୍ଶ ଆଚରଣବିଧି ଓ କୋଭିଡ୍‌ ନିୟମର ଅନୁପାଳନ ସଂକ୍ରାନ୍ତରେ ଡିଜିପି ଆଲୋଚନା କରିଥିଲେ। ବେଆଇନ ଭାବେ ମାରଣାସ୍ତ୍ର ରଖିଥିବା, ନିର୍ବାଚନ ସମୟରେ ଚୋରା ମଦ କାରବାର କରୁଥିବା ବ୍ୟକ୍ତି ଏବଂ ଏନ୍‌ବିଡବ୍ଲ୍ୟୁ ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ନାର୍କୋଟିକ୍ସ ଡ୍ରଗ୍‌ସ ଏନ୍‌ଫୋର୍ସମେଣ୍ଟ, ଥାନାଗୁଡିକରେ ସିସିଟିଭି କାର୍ଯ୍ୟକ୍ଷମ ଏବଂ ଲୋକମାନଙ୍କ ଅଭିଯୋଗର ସମାଧାନ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ପୋଲିସ୍‌ ମହାନିର୍ଦ୍ଦେଶକ(ଆଇନଶୃଙ୍ଖଳା) ଆର୍‌.କେ. ଶର୍ମା, ଆଇଜି(ହେଡ୍‌କ୍ୱାର୍ଟର୍ସ) ଏସ୍‌. ଦେବଦତ୍ତ ସିଂ, ଆଇଜି(ପ୍ରୋଭିଜନିଂ) ଯତୀନ୍ଦ୍ର କୋୟଲ୍‌, ଆଇଜି(ପର୍ସନେଲ୍‌) ଏସ୍‌. ପ୍ରବୀଣ କୁମାର, ଆଇଜି(କ୍ରାଇମ୍‌ବ୍ରାଞ୍ଚ) ଅମିତେନ୍ଦ୍ର ନାଥ ସିହ୍ନା, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ଟିଏଫ୍‌ ଡିଆଇଜି ଜୟନାରାୟଣ ପଙ୍କଜ ଓ କଟକ ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri