ଶୃଙ୍ଖଳିତ ନିର୍ବାଚନକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଡିଜିପି ସୁନୀଲ ବଂଶଲ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆୟୋଜିତ ଭିଡିଓ କନ୍‌ଫରେନ୍ସ ଜରିଆରେ ବଂଶଲ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂକ୍ରାନ୍ତରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ନିର୍ବାଚନକୁ ଅବାଧ, ସ୍ବଚ୍ଛ, ନିରପେକ୍ଷ ଏବଂ ଶାନ୍ତିଶୃଙ୍ଖଳାର ସହ ସମାପ୍ତ କରିବା, ମତଦାନ ଓ ଗଣତି ସମୟରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିୟମାନୁଯାୟୀ, ଆଦର୍ଶ ଆଚରଣବିଧି ଓ କୋଭିଡ୍‌ ନିୟମର ଅନୁପାଳନ ସଂକ୍ରାନ୍ତରେ ଡିଜିପି ଆଲୋଚନା କରିଥିଲେ। ବେଆଇନ ଭାବେ ମାରଣାସ୍ତ୍ର ରଖିଥିବା, ନିର୍ବାଚନ ସମୟରେ ଚୋରା ମଦ କାରବାର କରୁଥିବା ବ୍ୟକ୍ତି ଏବଂ ଏନ୍‌ବିଡବ୍ଲ୍ୟୁ ଅପରାଧୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଥିଲେ। ନାର୍କୋଟିକ୍ସ ଡ୍ରଗ୍‌ସ ଏନ୍‌ଫୋର୍ସମେଣ୍ଟ, ଥାନାଗୁଡିକରେ ସିସିଟିଭି କାର୍ଯ୍ୟକ୍ଷମ ଏବଂ ଲୋକମାନଙ୍କ ଅଭିଯୋଗର ସମାଧାନ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସଞ୍ଜୀବ କୁମାର ପଣ୍ଡା, ଅତିରିକ୍ତ ପୋଲିସ୍‌ ମହାନିର୍ଦ୍ଦେଶକ(ଆଇନଶୃଙ୍ଖଳା) ଆର୍‌.କେ. ଶର୍ମା, ଆଇଜି(ହେଡ୍‌କ୍ୱାର୍ଟର୍ସ) ଏସ୍‌. ଦେବଦତ୍ତ ସିଂ, ଆଇଜି(ପ୍ରୋଭିଜନିଂ) ଯତୀନ୍ଦ୍ର କୋୟଲ୍‌, ଆଇଜି(ପର୍ସନେଲ୍‌) ଏସ୍‌. ପ୍ରବୀଣ କୁମାର, ଆଇଜି(କ୍ରାଇମ୍‌ବ୍ରାଞ୍ଚ) ଅମିତେନ୍ଦ୍ର ନାଥ ସିହ୍ନା, କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ଟିଏଫ୍‌ ଡିଆଇଜି ଜୟନାରାୟଣ ପଙ୍କଜ ଓ କଟକ ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri