ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁଯାୟୀ ଶୃଙ୍ଖଳିତ ଭାବେ ଦେବସ୍ନାନ ପୂର୍ଣ୍ଣିମାକୁ ସମାପ୍ତ କରିବାକୁ ଡିଜିପି ବଂଶଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀମନ୍ଦିର ପରିସର ଓ ବାହାରେ ବହୁ ସଂଖ୍ୟାରେ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବାକୁ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସେହିପରି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମା ଯୋଗଦେଇ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସ୍ନାନବେଦୀ ନିକଟକୁ ଭକ୍ତଙ୍କୁ ବାରଣ, ଜନଗହଳି ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ଅପରାଧକୁ ଦମନ ଭଳି ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ। କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଯୋଗଦେଇ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ପରିସର ଓ ବାହାରେ ସିସିଟିଭି ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ବୋଲି କହିଥିଲେ। ସୂଚନାଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ୩ କମାଣ୍ଡାଣ୍ଟ, ୭ ଅତିରିକ୍ତ ଏସ୍‌ପି, ୧୪ ଡିଏସ୍‌ପି, ୩୦ ଇନ୍ସପେକ୍ଟର ଏବଂ ୫୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ଏହି ବୈଠକରେ ପୁରୀ ଏସ୍‌ପି କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri