ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁଯାୟୀ ଶୃଙ୍ଖଳିତ ଭାବେ ଦେବସ୍ନାନ ପୂର୍ଣ୍ଣିମାକୁ ସମାପ୍ତ କରିବାକୁ ଡିଜିପି ବଂଶଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀମନ୍ଦିର ପରିସର ଓ ବାହାରେ ବହୁ ସଂଖ୍ୟାରେ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବାକୁ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସେହିପରି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଆର୍‌.କେ. ଶର୍ମା ଯୋଗଦେଇ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସ୍ନାନବେଦୀ ନିକଟକୁ ଭକ୍ତଙ୍କୁ ବାରଣ, ଜନଗହଳି ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ଅପରାଧକୁ ଦମନ ଭଳି ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଥିଲେ। କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ଯୋଗଦେଇ ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ପରିସର ଓ ବାହାରେ ସିସିଟିଭି ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ବୋଲି କହିଥିଲେ। ସୂଚନାଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବାକୁ ୩ କମାଣ୍ଡାଣ୍ଟ, ୭ ଅତିରିକ୍ତ ଏସ୍‌ପି, ୧୪ ଡିଏସ୍‌ପି, ୩୦ ଇନ୍ସପେକ୍ଟର ଏବଂ ୫୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ଏହି ବୈଠକରେ ପୁରୀ ଏସ୍‌ପି କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri