ଲୋକକଳାର ବିକାଶ ଲାଗି ଜିଲାପାଳଙ୍କ ଗୁରୁତ୍ୱ, କଳାକୁ ବଜାୟ ରଖିଥିବାରୁ ପ୍ରେମଲତାଙ୍କୁ…

ପୁରୁଷୋତ୍ତମପୁର,୨ା୫(ସବିତା ମିଶ୍ର): ଲୋକକଳାର ବିକାଶ ଲାଗି ଆଗେଇ ଆସିଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ। ଲୋପ ପାଇବାକୁ ବସିଥିବା ଲୋକକଳା ଓ ପଲ୍ଲୀନୃତ୍ୟକୁ କିପରି ପୁଣିଥରେ ଉଦ୍‌ଜୀବିତ କରାଯାଇପାରିବ ଓ ଏହା ବଜାୟ ରହିବ ସେଥିନେଇ ପ୍ରୟାସ ଆରମ୍ଭ କରିଛନ୍ତି। ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ତାରାତାରିଣୀଠାରେ ପ୍ରେମଲତା ସାମନ୍ତରାୟ ତାଙ୍କ ପରିବାର ସଦସ୍ୟଙ୍କୁ ନେଇ ଲୋକକଳା ପାଲା ନୃତ୍ୟକୁ ବଜାୟ ରଖିବା ସହ ସତ୍ୟନାରାୟଣ କଳାକୁ ବଜାୟ ରଖିବା ସହ ୭୧ ବର୍ଷର ପରିଣତି ବୟସରେ ମଧ୍ୟ ମଞ୍ଚରେ ନିଖୁଣ ଅଭିନୟ ଜାରିରଖିଥିବାରୁ ତାଙ୍କୁ ତାଙ୍କର ଜନ୍ମଦିବସରେ ସମ୍ବର୍ଦ୍ଧିତ କରାଯାଇଛି।

ତାରାତାରିଣୀ ଛକ ବଣିକ ସଂଘ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମ୍ବର୍ଦ୍ଧିତ କରି କଳାକାର ବିକାଶ ଲାଗି ଜିଲା ପ୍ରଶାସନ ପକ୍ଷରୁ କଳାକାରଙ୍କୁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦିଆଯିବ ବୋଲି କହିଛନ୍ତି। ସମ୍ମାନିତ ଅତିଥି ଭାବେ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ଏସ୍‌ଡିପିଓ ସୁଜିତ ନାୟକ ଯୋଗଦେଇଥିଲେ। ଏହାକୁ ବଣିକ ସଂଘର ସଭାପତି ରବୀନ୍ଦ୍ର ନାଥ ପଣ୍ଡାଙ୍କ ସମେତ ତାରାତାରିଣୀ ବଣିକ ସଂଘର ସମସ୍ତ ସଦସ୍ୟ ପରିଚାଳନା କରିଥିବାବେଳେ ପ୍ରେମଲତାଙ୍କ ସମ୍ପୂର୍ଣ୍ଣ ପରିବାର ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri