ପୁରୀ ଜିଲାରେ ସଂକ୍ରମଣ ବୃଦ୍ଧି ନେଇ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପୁରୀ ଜିଲାରେ କୋଭିଡ୍‌ ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ସୋମବାର ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନ୍‌ଫରେନ୍ସରେ ଜିଲାର କୋଭିଡ୍‌ ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଜିଲାରେ ହେଉଥିବା ନମୁନା ପରୀକ୍ଷାକୁ ଅଧିକ ବ୍ୟାପକ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ପରୀକ୍ଷାକୁ ଦୁଇଗୁଣା କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ପୁରୀ ଜିଲାକୁ ଅଧିକ ସ୍ପେଶାଲିଷ୍ଟ ଡାକ୍ତର ଏବଂ ଆୟୁଷ ଡାକ୍ତର ପଠାଯିବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ପୁରୀ ଜିଲାରେ ଆରୋଗ୍ୟ ହାର ୮୦ ପ୍ରତିଶତ ଥିଲେ ମଧ୍ୟ କେତେକ କ୍ଷେତ୍ରରେ ଗୁରୁତର ରୋଗୀଙ୍କ ଚିକିତ୍ସା ଲାଗି ଅଧିକ ଆଇସିୟୁ ସୁବିଧାର ଆବଶ୍ୟକତା ରହିଛି। ଏଭଳି ରୋଗୀଙ୍କ ଚିକିତ୍ସା ପାଇଁ ରାଜଧାନୀରେ ଆଇସିୟୁ ସୁବିଧା ଥିବା ଡାକ୍ତରଖାନାକୁ ପଠାଇବା ପାଇଁ ଜିଲା ପ୍ରଶାସନ ଏବଂ ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେଶନ ଆଲୋଚନା କରି ନିଷ୍ପତ୍ତି ନେବାକୁ ସେ କହିଛନ୍ତି। ସେହିପରି ସେବାୟତଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏବଂ ସେମାନଙ୍କ ମଧ୍ୟରେ ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ ଘରକୁ ଘର ବୁଲି ସର୍ଭେ କରିବାକୁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି। ବର୍ତ୍ତମାନ ନୀଳାଚଳ ଭକ୍ତନିବାସ ଏବଂ ରକ୍‌ବେ ହୋଟେଲରେ ଶ୍ରୀମନ୍ଦିର ସେବାୟତ ଓ ଅଫିସିଆଲଙ୍କ ପାଇଁ ସ୍ବତନ୍ତ୍ର କୋଭିଡ୍‌ ସେଣ୍ଟର କାର୍ଯ୍ୟକାରୀ ହୋଇଛି । ଏଥିରେ ୭୪ଟି ଦୁଇଶଯ୍ୟା ବିଶିଷ୍ଟ କୋଠରି ରହିବା ସହ ସ୍ବାସ୍ଥ୍ୟସେବା ବ୍ୟବସ୍ଥା କରାଯାଇଛି। ସେବାୟତଙ୍କ ପାଇଁ ଉତ୍କଳ ହିନ୍ଦୀ ବିଦ୍ୟାପୀଠରେ ଟେଷ୍ଟିଂ ସେଣ୍ଟର ମଧ୍ୟ କାର୍ଯ୍ୟକାରୀ ହେଉଛି । ଦିନକୁ ପୁରୀରେ ୨୦୦୦ରୁ ଅଧିକ ଟେଷ୍ଟିଂ କରିବା ପାଇଁ ଉନ୍ନୟନ କମିଶନର ଗୁରୁତ୍ବ ଦେଇଛନ୍ତି। ଶ୍ରୀମନ୍ଦିର ପ୍ରବେଶ ପୂର୍ବରୁ ସେବାୟତ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଠିକ୍‌ଭାବେ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଜିଲାରେ କୋଭିଡ୍‌ ମାର୍ଗଦର୍ଶିକା ଯଥା ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଭଳି ନିୟମକୁ କଡ଼ାକଡ଼ି ଅନୁପାଳନ କରିବା ଉପରେ ମଧ୍ୟ ଗୁରୁତ୍ବ ଦେବା ସହିତ ଏହାର ଏନ୍‌ଫୋର୍ସମେଣ୍ଟ ଉପରେ ଗୁରୁତ୍ବ ଦେଇଛନ୍ତି । ବିଶେଷକରି ହୋଟେଲ, ରେଷ୍ଟୁରାଣ୍ଟ, ବେଳାଭୂମି, ସ୍ବାସ୍ଥ୍ୟସେବା ଅନୁଷ୍ଠାନ ଏବଂ ଜନଗହଳି ସ୍ଥାନରେ ଏନ୍‌ଫୋର୍ସମେଣ୍ଟ କଡ଼ାକଡ଼ି କରିବାକୁ ଉନ୍ନୟନ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ସେବାୟତ ପରିବାରକୁ ମାସ୍କ ଓ ସାନିଟାଇଜର ଯୋଗାଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri