ଅଭେଦ୍ୟ ଦୁର୍ଗ ପଞ୍ଜଶିର

କାବୁଲ,୨୦ା୮: ଅମରୁଲ୍ଲା ସାଲେହ ହେଉଛନ୍ତି ଆଫଗାନିସ୍ତାନର ପ୍ରଥମ ଉପରାଷ୍ଟ୍ରପତି। ଅଗଷ୍ଟ ୧୫ରେ ତାଲିବାନ୍‌ ପକ୍ଷରୁ କାବୁଲ ଦଖଲ ଘୋଷଣା ପରେ ରାଷ୍ଟ୍ରପତି ଅଶ୍ରଫ୍‌ ଗନିଙ୍କ ସମେତ ଅନେକ ନେତା ଦେଶ ଛାଡ଼ି ପଳାୟନ କରିଥିଲେ। ହେଲେ ତାଲିବାନ୍‌ର ଆତଙ୍କ ଆଗରେ ମୁଣ୍ଡ ନୁଆଇ ନ ଥିଲେ ଅମରୁଲ୍ଲା। ସେ ନିଜକୁ ଆଫଗାନିସ୍ତାନର ବୈଧ କାମଚଳା ରାଷ୍ଟ୍ରପତି ଘୋଷଣା କରିଛନ୍ତି। ଅମରୁଲ୍ଲା ଏବେ ତାଲିବାନ୍‌ ବିରୋଧୀଙ୍କୁ ଏକାଠି କରିବାରେ ଲାଗିଛନ୍ତି। କେବଳ ଅମରୁଲ୍ଲାଙ୍କ ଭୟରେ ୩୪ ପ୍ରଦେଶ ମଧ୍ୟରୁ ଅନ୍ୟତମ ପଞ୍ଜଶିରକୁ ତାଲିବାନ୍‌ ମାଡ଼ିପାରି ନାହିଁ। ତାଲିବାନ୍‌ ବିରୋଧରେ ବିକ୍ଷୋଭକାରୀଙ୍କୁ ସମର୍ଥନ ଜଣାଇଛନ୍ତି। ଜାତୀୟ ପତାକା ଧରି ଦେଶର ମର୍ଯ୍ୟାଦା ରକ୍ଷା ପାଇଁ ଲଢ଼େଇ କରୁଥିବା ଲୋକଙ୍କୁ ସାଲ୍ୟୁଟ୍‌ ବୋଲି ଟୁଇଟ୍‌ କରିଛନ୍ତି। ତାଙ୍କ ଟୁଇଟର ଆକାଉଣ୍ଟକୁ ସୋସିଆଲ ନେଟ୍‌ଓ୍ବର୍କିଂ ସାଇଟ୍‌ ପକ୍ଷରୁ ବ୍ଲକ୍‌ କରିଦିଆଯାଇଛି। ନ୍ୟାଶନାଲ ରେଜିଷ୍ଟାନ୍ସ ଫ୍ରଣ୍ଟ ଅଫ୍‌ ଆଫଗାନିସ୍ତାନ ତାଲିବାନ ବିରୋଧୀ ସଂଗ୍ରାମକୁ ଜୋରଦାର କରିଛି। ଦ୍ୱିତୀୟ ପ୍ରତିରୋଧ ନାମରେ ପରିଚିତ ଏହି ଲଢ଼େଇ ହେଉଛି ‘ପଞ୍ଜଶିର ରେଜିଷ୍ଟାନ୍ସ’। ଏହାର ବ୍ୟାନର ତଳେ ନର୍ଦର୍ନ ଆଲାଏନ୍ସ ସଦସ୍ୟ ଓ ତାଲିବାନ୍‌ ବିରୋଧୀ ନେତାମାନେ ଏକାଠି ହେବାରେ ଲାଗିଛନ୍ତି। ଉକ୍ତ ମେଣ୍ଟର ନେତୃତ୍ୱ ନେଉଛନ୍ତି ଅମରୁଲ୍ଲା ଏବଂ ଅହମଦ ମସୌଦ। ଅହମଦ ମସୌଦ ହେଉଛନ୍ତି ଅହମଦ ଶାହ ମସୌଦଙ୍କ ପୁଅ, ଯାହାଙ୍କୁ ତାଲିବାନ ହତ୍ୟା କରିଥିଲା। ଅହମଦ ମସୌଦ ତାଲିବାନ୍‌ ବିରୋଧରେ ଲଢ଼େଇ ପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକର ସହାୟତା ମାଗି ଓ୍ବାଶିଂଟନ ପୋଷ୍ଟକୁ ଏକ ସାକ୍ଷାତ୍‌କାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri