ମନ୍ଦିର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଉନ୍ନୟନ ପାଣ୍ଠିରୁ ହେବ ଖର୍ଚ୍ଚ

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଦୁଇଟି ମନ୍ଦିରର ଉନ୍ନତିକରଣ ପାଇଁ ଶନିବାର ଭିତ୍ତିପ୍ରସ୍ତର କରାଯାଇଛି। ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଯୋଗଦେଇ ଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ପ୍ରଥମେ ବିଧାୟକ ଉକ୍ତ ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତରେ ଥିବା ମା’ଦକ୍ଷିଣକାଳୀ ମନ୍ଦିରରେ ପହଞ୍ଚିଥିଲେ ସେଠାରେ ମନ୍ଦିର କମିଟିର କର୍ମକର୍ତ୍ତାଙ୍କ ସମେତ ଗ୍ରାମବାସୀ ବିଧାୟକଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ବିରାଟ ଶୋଭାଯାତ୍ରାରେ ପହଞ୍ଚି ଭିତ୍ତିପ୍ରସ୍ତର କରିବା ସହ ଶୀଘ୍ର ମନ୍ଦିରର ଉନ୍ନୟନ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ୯ ଲକ୍ଷ ଟଙ୍କା ଅନୁଦାନ ଦେଇଥିବା ବିଧାୟକ ପ୍ରକାଶ କରିଥିଲେ। ସେହିପରି ବିଧାୟକ  ଓ ଅନ୍ୟ ଅତିଥିମାନେ ଦାରିଙ୍ଗବାଡ଼ିଠାରେ ଥିବା ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା ୮ ଲକ୍ଷ ଅନୁଦାନରେ କାର୍ଯ୍ୟ ଆରମ୍ଭ କରିବା ପାଇଁ ଭିତ୍ତିପ୍ରସ୍ତର କରିଥିଲେ। ସେଠାରେ ମଧ୍ୟ ମନ୍ଦିର ପରିଚାଳନା କମିଟିର ସଭାପତି ରାଜେନ୍ଦ୍ର କୁମାର ସାହୁ, ପତିତପାବନ ରାଉତ, ଭଗବାନ ସାହୁ, ବାପି ପାଢ଼ୀ ଓ ଅନ୍ୟମାନେ ଉପସ୍ଥିତ ରହି ସମସ୍ତ ଅତିଥିଙ୍କୁ ସ୍ବାଗତ କରି ମନ୍ଦିର ମଧ୍ୟକୁ ନେଇଥିଲେ। ସେଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ ଭିତ୍ତିପ୍ରସ୍ତର କରାଯାଇଥିଲା। ରାଜ୍ୟ ସରକାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏହି ଦୁଇଟି ମନ୍ଦିର ସମେତ ଦାରିଙ୍ଗବାଡ଼ିର ଏକ ପାହାଡ଼ ଉପରେ ରହିଥିବା ହନୁମାନବାଟିକା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ୯ ଲକ୍ଷ ଅନୁଦାନ ରହିଥିବା ବିଧାୟକ ସାଲୁଗା ପ୍ରଧାନ କହିଥିଲେ। ମୋଟ୍‌ ୨୩ ଟି ପ୍ରକଳ୍ପ ପାଇଁ ୨ କୋଟି ଅନୁଦାନ ରହିଥିବା କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, ବିଧାୟକ ପ୍ରତିନିଧି ଦୀପକ କୁମାର ସାହୁ ଓ ବିଧାୟକଙ୍କ ଶତାଧିକ ସମର୍ଥକ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri