ବୋହୂକୁ ଖାଇବାକୁ ଦେଉ ନାହାନ୍ତି ଶାଶୁ ଘର ଲୋକେ

ବ୍ରହ୍ମପୁର ଅଫିସ,୧୧ା୩: ବ୍ରହ୍ମପୁରର ଜଣେ ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ ତୁଟୁ ନାହିଁ। ଗୁରୁବାର ପୁଣି ବ୍ରହ୍ମପୁର ସ୍ଥିତ ଶାଶୁଘର ସମ୍ମୁଖରେ ଗଣ୍ଡଗୋଳ ଦେଖିବାକୁ ମିଳିଛି। ଝିଅଙ୍କ ପରିବାର ଲୋକ ଶାଶୁଘର ଲୋକଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣିଥିଲେ। ଉପର ମହଲାରେ ରହୁଥିବା ବୋହୂଙ୍କୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଥିବା ଓ ଖାଇବାକୁ ଦିଆଯାଉ ନ ଥିବା ଗଣମାଧ୍ୟମ ଆଗରେ କହିଥିଲେ। ଏ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଥିଲା। ଖବର ପାଇ ବୈଦ୍ୟନାଥପୁର ଥାନା ଅଧିକାରୀ ସାରଦା ପ୍ରସନ୍ନ ଦାଶ, ମହିଳା ଥାନା ଅଧିକାରୀ ଅଞ୍ଜଳି ବିଶ୍ୱାଳ ପ୍ରମୁଖ ପହଞ୍ଚି ସମସ୍ୟା ସମାଧାନ କରିଥିଲେ। ଡାକ୍ତର ସ୍ବାମୀ-ସ୍ତ୍ରୀଙ୍କ ବିବାଦକୁ ନେଇ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ କୋର୍ଟରେ ମାମଲା ବିଚାରାଧୀନ ରହିଛି। ଏଣୁ ପ୍ରତିଦିନ ଏଭଳି ଗଣ୍ଡଗୋଳ ନ କରିବାକୁ ପୋଲିସ ତାଗିଦ କରିଥିଲା। ସେପଟେ ଶ୍ୱଶୁରଘର ପକ୍ଷରୁ ଏହି ଘଟଣାକୁ ନେଇ ଥାନାରେ ଏତଲା ଦିଆଯାଇଛି।
ସୂଚନା ଅନୁଯାୟୀ, ୨୦୧୫ରେ ରଣ୍ଢା ଅଞ୍ଚଳର ଜଣେ ଯୁବତୀଙ୍କ ସହ ବ୍ରହ୍ମପୁର ବାଞ୍ଛାନିଧିନଗର ଅଞ୍ଚଳର ଜଣେ ଡାକ୍ତରଙ୍କ ବିବାହ ହୋଇଥିଲା। ପରେ ଉଭୟଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଏହାକୁ ନେଇ ଗୋଳନ୍ଥରା ଥାନାରେ ମାମଲା ରୁଜୁ ହୋଇଛି। ବିବାଦ ପରେ ମହିଳା ଜଣକ ଶାଶୁଘର ଛାଡ଼ି ନିଜ ବାପଘରକୁ ଚାଲିଯାଇଥିଲେ। କିଛିଦିନ ତଳେ ମହିଳା ଜଣକ ଜଣେ ନାରୀନେତ୍ରୀଙ୍କ ସହଯୋଗରେ ବ୍ରହ୍ମପୁର ଏସ୍‌ପିଙ୍କୁ ଭେଟି ନ୍ୟାୟ ଭିକ୍ଷା କରିଥିଲେ। ଆଇନ ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏସ୍‌ପି ପ୍ରତିଶ୍ରୁତି ଦେଇଛନ୍ତି। ଏହାପରେ ମହିଳା ଦିବସରେ ଶାଶୁଘର ସମ୍ମୁଖରେ ମହିଳା ଜଣକ ଧାରଣା ଦେଇଥିଲେ। ଶାଶୁଘର ଲୋକ କବାଟ ନ ଖୋଲିବାରୁ ମଙ୍ଗଳବାର ଘର ଉପର ମହଲାକୁ ଯାଇ ସେ ରହିଥିଲେ। ବୋହୂଙ୍କୁ ଖାଇବାକୁ ଦିଆଯାଉ ନ ଥିବା ଅଭିଯୋଗ କରି ଗୁରୁବାର ନାରୀନେତ୍ରୀ ଓ ଝିଅଙ୍କ ପରିବାରବର୍ଗ ବାଞ୍ଛାନିଧିନଗରରେ ପହଞ୍ଚି ତାଙ୍କୁ ଖାଇବାକୁ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri