ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହିବା ଘଟଣା:ସମୁଲୁଙ୍କୁ ୧୦ ହଜାର ଟଙ୍କା ସହାୟତା ଦେଲା ପ୍ରଶାସନ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):ପଡୋଶୀ ଆନ୍ଧ୍ରକୁ ଯାଇ ଶ୍ରମିକ ଭାବେ ଖଟି ରୋଜଗାର କରି ଟଙ୍କା ଆଣି ଚାଷ କରିବି ବୋଲି ଯେଉଁ ସ୍ବପ୍ନ ଦେଖିଥିଲି ତାହା ମୋର ଅଧୁରା ରହିଗଲା। ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ବୋହି ଆଣିବାକୁ ପଡିଲା ବୋଲି ଦୁଃଖର ସହ କହିଛନ୍ତି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅମ୍ପାବାଲି ନିକଟସ୍ଥ ସୋରଡା ଗ୍ରାମର ଏଡେ ସମୁଲୁ। ଆନ୍ଧ୍ରର ଏକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କ ସ୍ତ୍ରୀ ଏଡେ ଗୁରୁଙ୍କ ମୃତ୍ୟୁ ହୋଇଥିଲା। ଅର୍ଥଭାବରୁ ଆମ୍ବୁଲାନ୍ସ କରି ନ ପାରି ସେ ସ୍ତ୍ରୀଙ୍କ ମୃତଦେହ କାନ୍ଧରେ ଧରି ଚାଲିଚାଲି ଗ୍ରାମ ଅଭିମୁଖେ ଆସୁଥିଲେ। ବିଜୟନଗର ପାଖାପାଖି ପହଞ୍ଚତ୍ଥିବା ବେଳେ ତାଙ୍କୁ ଦେଖି ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକ ପୋଲିସକୁ ଖବର ଦେଇଥିଲେ। ପୋଲିସ ତତ୍‌କ୍ଷଣାତ୍‌ ସେଠାରେ ପହଞ୍ଚତ୍ ମୃତଦେହ ବୋହି ନେଉଥିବା ସମୁଲୁଙ୍କୁ ପଚରାଉଚରା କରିଥିଲା। ସେ ସବୁ କଥା କହିବା ପରେ ବିଜୟନଗର ଗ୍ରାମାଞ୍ଚଳ ପୋଲିସ ଏସ୍‌ଆଇ କିରଣ କୁମାର ସହଯୋଗର ହାତ ବଢାଇ ତାଙ୍କ ପାଇଁ ଏକ ଆମ୍ବୁଲାନ୍ସ ବ୍ୟବସ୍ଥା କରି ମୃତଦେହ ତାଙ୍କ ସୋରଡା ଗ୍ରାମକୁ ପଠାଇଥିଲେ। ଏହି ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ତହସିଲ ପକ୍ଷରୁ ବିଭାଗୀୟ ମୁଖ୍ୟ ବିଳାସ ଭତ୍ରା ଏବଂ ରାଜସ୍ବ ସୁପ୍ରଭାଇଜର ଗୋଲକ ପରିଡ଼ା ସମୁଲୁଙ୍କ ନିକଟରେ ପହଞ୍ଚତ୍ ତାଙ୍କୁ ରେଡକ୍ରସରୁ ୧୦ହଜାର ଟଙ୍କା ଆର୍ଥିକ ସହାୟତା ଦେଇଛନ୍ତି। ପେଟୁରୁ ରାଜସ୍ବ ନିରୀକ୍ଷକ ଉଦୟନାଥ ତନ୍ତି ମଧ୍ୟ ସୋରଡା ଗ୍ରାମରେ ପହଞ୍ଚତ୍ ତଦନ୍ତ କରି ରିପୋର୍ଟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri