ନିର୍ଯାତନାକୁ ନେଇ ଧାରଣା ଦେବା ଘଟଣା: ଶାଶୁଙ୍କ ସନ୍ଦେହଜନକ ମୃତ୍ୟୁ, ବୋହୂ ଫେରାର

ଗଞ୍ଜାମ,୨୮।୮(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଶାଶୁଘର ସମ୍ମୁଖରେ ବୋହୂ ଧାରଣା ଦେବା ଘଟଣା ନୂଆମୋଡ ନେଇଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାର ନିର୍ଯାତନା ଦେଉଥିବା ଅଭିଯୋଗରେ ବୋହୂ ତନ୍ମୟୀ ପଣ୍ଡା ଶାଶୁଘର ସମ୍ମୁଖରେ ଶନିବାର ଧାରଣା ଦେଇଥିଲେ l ହେଲେ ରବିବାର ସକାଳେ ତନ୍ମୟୀଙ୍କ ଶାଶୁ ସୁଷମା ପଣ୍ଡାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡିଛି l ଏନେଇ ପୋଲିସ ଖବର ପାଇ ତଦନ୍ତ ଜାରି ରଖିଛି। ଅପରପକ୍ଷେ ଶାଶୁଙ୍କ ମୃତ୍ୟୁ ଖବର ପାଇ ବୋହୂ ଧାରଣାସ୍ଥଳରୁ ଫେରାର ହୋଇଯାଇ ଥିବା ଜଣାପଡିଛି ।
ପଡୋଶୀଙ୍କ କହିବା ମୁତାବକ, ସକାଳ ସାଢେ ୫ଟାରେ ସୁଷମା ଅସୁସ୍ଥ ଅନୁଭବ କରିବାରୁ ପରିବାରଲୋକେ ତାଙ୍କୁ ଏକ ଅଟୋ ଯୋଗେ ବ୍ରହ୍ମପୁର ମେଡିକାଲ ନେଇଥିଲେ । ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ବୋହୂଙ୍କ ଧାରଣା ପରେ ଲୋକ ଲଜ୍ଜା ସହି ନ ପାରି ସେ କିଛି ବିଷ ପାନ କରିଦେଇଥିବା କୁହାଯାଉଛି। ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri