ମନ୍ତ୍ରୀଙ୍କ ପାଖ ଲୋକ କହି ଟଙ୍କା ଠକିନେବା ଘଟଣା: ଧରାପଡ଼ିଲେ ଅଭିଯୁକ୍ତ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ନଅଗାଁ (ଖ)ପଞ୍ଚାୟତ ଅଞ୍ଚଳର ଜଣେ ଯୁବକ କେତେଜଣ ମନ୍ତ୍ରୀଙ୍କ ପାଖ ଲୋକ କହି ବିଭିନ୍ନ କ୍ଷେତ୍ରରେ ଚାକିରି କରାଇ ଦେବା,ବଦଳି ଓ ଚାକିରିକୁ ନିୟମିତ କରିବା ପାଇଁ ପ୍ରଲୋଭନ ଦେଖାଇ ବିଭିନ୍ନ ସମୟରେ ଲୋକଙ୍କଠାରୁ ମୋଟା ଅଙ୍କର ଟଙ୍କା ନେଇଥିଲେ। କିନ୍ତୁ କାମ ନ ହେବାରୁ ଟଙ୍କା ଦେଇଥିବା ବ୍ୟକ୍ତି ଠକେଇର ଶିକାର ହୋଇଥିବା ଜାଣି ତାଙ୍କ ପାଖକୁ ବାରମ୍ବାର ଦୌଡି ନିରାଶ ହୋଇଛନ୍ତି। ଯୁବକ ଜଣକ ଫେରାର ହୋଇଯାଇଛନ୍ତି।
ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଲୋଇସିଂହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଜାନୁୟାରୀ ୩୦ ତାରିଖ ଜିଲା ପୋଲିସ ନିର୍ଦ୍ଦେଶରେ ଆଗଲପୁର ଓ ଲୋଇସିଂହା ପୋଲିସ ସମ୍ପୃକ୍ତ ଯୁବକଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରି ସମ୍ପୃକ୍ତ ଯୁବକ ଜଣକ କେଉଁଠି ଗୋପନରେ ରହିଛନ୍ତି ସେସବୁ ଛାନଭିନ୍‌ ଚଳାଇଥିଲା। ବରଗଡ ଅଞ୍ଚଳରୁ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି ଲୋଇସିଂହା ଥାନରେ ଅଟକ ରଖିଥିବା ଜଣାଯାଇଛି।
ସୂଚନାଯୋଗ୍ୟ ଯେ, ରବିବାର ମନ୍ତ୍ରୀ ବଲାଙ୍ଗୀର ଗସ୍ତରେ ରହିଥିବାବେଳେ ସୋମବାର ଲୋଇସିଂହା ବ୍ଲକ ପରିସରରେ ଜିଲାପାଳ ଓ ଏସପିଙ୍କ ଅଭିଯୋଗ ଶୁଣାଣି ଶିବିର ରହିଥିଲା। ଏଣୁ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri