ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଦୁଇ ଜଣ ଗିରଫ

ହାଟଡିହୀ,୨୮୬(ଶୁଭକାନ୍ତ ନାୟକ): ପିଏଫ ଅନଲାଇନ ଆବେଦନକୁ କେନ୍ଦ୍ର କରି ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ନିକଟରେ ଥିବା ମରୈଗାଁ ବଜାରରେ ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗଣ୍ଡଗୋଳରେ ଦୋକାନ ଏବଂ ବାଇକ ପୋଡାଜଳା ସହ ଭଙ୍ଗାରୁଜା ହୋଇଥିଲା। ଜନ ସେବା କେନ୍ଦ୍ରର ମାଲିକ ଅମର ସେଠିଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଅମରଙ୍କ ଭାଇ ଶରତ ସେଠିଙ୍କ ଅଭିଯୋଗ କ୍ରମେ ପୋଲିସ କେସ ନଂ ୨୦୯/୨୦୨୪ ଏବଂ ୧୪୭,୧୪୮,୧୪୯,୩୦୭,୩୨୩,୩୨୪,୪୨୭,୩୭୯,୫୦୬,୩୪ ଧାରାରେ ଏକ ମାମଲା ରୁଜୁ କରିଛି l ଜିଆର ନଂ ୩୩୭/୨୦୨୪ ଅଟେ।
ଶରତଙ୍କ ସୂଚନା ଅନୁସାରେ ପ୍ରତାପ ଯେନା, ଭଗବାନ ଯେନା, ତପୁ ଜେନା, ଲୋକନାଥ ଜେନା, ସିପେଇ ଜେନା, ଦାମୋଦର ଜେନା, ବିଜୟ ଜେନା,ଯୋଗେନ୍ଦ୍ର ଜେନା, ଦଶରଥ ଯେନା ପ୍ରମୁଖ ୯ ଜଣ ଅଭିଯୁକ୍ତଙ୍କ ନାମରେ ଅଭିଯୋଗ କରିଛି । ଅପରପକ୍ଷେ ପୋଲିସ ଚଢ଼ାଉ କରି ଚଣ୍ଡିଆବିରଞ୍ଚିପୁର ଗ୍ରାମର ଦାମୋଦର ଯେନା, ବିଜୟ ଓରଫ ଲିପୁ ଯେନାଙ୍କୁ ଗିରଫ କରାଯାଇଛି l ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଅଭିଯୋଗକାରୀ ଶରତ ଦାବୀ କରିଛନ୍ତି । ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର କହିଛନ୍ତି ଯେ ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ ପାଇଁ ପଦକ୍ଷେପ ନିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?