ବନ୍ଦ କୋଠରିରୁ ୪ ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁ କରି ପୋଲିସର ଛାନ୍‌ଭିନ୍‌

ବରଗଡ଼ ଅଫିସ,୩୧ା୧୦: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଜାଣ୍ଡୋଲ କନ୍ଧପଡ଼ାର ବନ୍ଦ କୋଠରିରୁ ଏକ ବୁଣାକାର ପରିବାରର ୪ସଦସ୍ୟଙ୍କ ମୃତଦେହ ମିଳିବା ଘଟଣା ସଭିଁଙ୍କୁ ସ୍ତବ୍ଧ କରି ପକାଇଛି। ପାରିପାଶର୍‌ବିକ ସ୍ଥିତିରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ବରଗଡ଼ ଏସ୍‌ପି ସ୍ମିତ୍‌ ପି ପରମାର୍‌ ସୋମବାର ସକାଳୁ ଘଟଣାସ୍ଥଳକୁ ପହଞ୍ଚି ଛାନ୍‌ଭିନ୍‌ କରୁଛନ୍ତି। ଏ ନେଇ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରାଯାଇ ଥିବାବେଳେ ଏଥିପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଏସ୍‌ପି ପ୍ରକାଶ କରିଛନ୍ତି। ଡଗ୍‌ ସ୍କ୍ବାଡ, ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ନିଆଯାଉଛି ଏବଂ ମୃତକଙ୍କ ପଡ଼ୋଶୀ ଏବଂ ସମ୍ପର୍କୀୟଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି। ଆର୍ଥିକ କାରବାର, ପାରିବାରିକ ବିବାଦ ଆଦି ଦିଗକୁ ନେଇ ପୋଲିସ ତଦନ୍ତ କରୁଛି। ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ପୋଲିସ ଗୁରୁତର ଭାବେ ନେଇଛି। ଘଟଣାର ତୁରନ୍ତ ପର୍ଦ୍ଦାଫାଶ଼ ପାଇଁ ଉଦ୍ୟମ ଜାରି ରଖିଛି ବୋଲି ଏସ୍‌ପି ପରମାର୍‌ କହିଛନ୍ତି।

ଉଲ୍ଲେଖନୀୟ ଯେ, ରବିବାର ସନ୍ଧ୍ୟାରେ ଜାଣ୍ଡୋଲ କନ୍ଧପଡ଼ା ଗ୍ରାମର ବନ୍ଦ କୋଠରିରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳକୁ ପହଞ୍ଚି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କବାଟ ଖୋଲିଥିଲା ଏବଂ ଘର ଭିତରେ ଗୃହକର୍ତ୍ତା ଶେଷଦେବ, ସ୍ତ୍ରୀ କ୍ଷୀରେଶ୍ବରୀ, ପୁଅ ଅରବିନ୍ଦ ଏବଂ ଝିଅ ଶିବାନୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲା। ତେବେ ଏଭଳି ଏକ ସମ୍ବେଦନଶୀଳ ଘଟଣାର ପର୍ଦ୍ଦାଫାଶ କରିବାରେ ବରଗଡ଼ ପୋଲିସ କେତେ ଶୀଘ୍ର ସଫଳ ହେଉଛି, ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri