ବାଚସ୍ପତିଙ୍କ ଉପରକୁ ଚପଲ ଫିଙ୍ଗିବା ଘଟଣା: ବିଧାୟକ, ବିରୋଧୀ ଦଳ ଉପନେତାଙ୍କ ଗିରଫ ଦାବି

ଦିଗପହଣ୍ଡି,୩।୪(ଡି.ଏନ୍‌.ଏ.): ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଚପଲ ଫିଙ୍ଗିବା ଘଟଣା ଓଡ଼ିଶା ବିଧାନସଭା ଇତିହାସରେ ପ୍ରଥମ ଘଟଣା। ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିଧାନସଭା ପୋଡିୟମ ଉପରକୁ ଜାଣି ଶୁଣି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ ଚପଲ, ଡଷ୍ଟବିନ, ମାଇକ୍ରୋଫୋନ, ପେନ ଷ୍ଟାଣ୍ଡ ଆଦି ଫିଙ୍ଗିବା ଘଟଣାକୁ ଦିଗପହଣ୍ଡି ବିକାଶ ପରିଷଦ ସଭାପତି ଅଶେଷ ନାଥ ମିଶ୍ର ତୀବ୍ର ନିନ୍ଦା କରିଛନ୍ତି। ଭାଜପା ପକ୍ଷରୁ ଏଭଳି ଅଶୋଭନୀୟ ଆଚରଣ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ କରାଯାଇଛି। ଏହା ଗଣତନ୍ତ୍ରର ମନ୍ଦିର କୁହାଯାଉଥିବା ବିଧାନସଭାକୁ ସିଧାସଳଖ ଅସମ୍ମାନ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ଜାତୀୟସ୍ତରରେ ଓଡ଼ିଶା ବିଧାନସଭାର ଗାରିମାକୁ ସମ୍ପୂର୍ଣ୍ଣ ନଷ୍ଟ କରିବା ପାଇଁ ହୀନ ଉଦ୍ୟମ କରିଥିବା ବିଧାୟକ ଦ୍ୱୟଙ୍କୁ ଅବିଳମ୍ବେ ଗିରଫ କରାଯିବା ସହ ଉଭୟଙ୍କୁ ୧ ବର୍ଷ ଯାଏ ବିଧାନସଭା କାର୍ଯ୍ୟରୁ ନିଲମ୍ବିତ କରାଯିବା ପାଇଁ ସେ ଦାବି କରିଛନ୍ତି। ଜଣେ ଦାୟିତ୍ୱ ସମ୍ପନ୍ନ ବିଧାୟକ ଭାବେ ସମ୍ବିଧାନ ସମ୍ପର୍କରେ ଜ୍ଞାନ ଆହରଣ କରି ନ ଥିବାରୁ ଏଭଳି ଅଭାବନୀୟ ଘଟଣା ଘଟିଛି। ଗଣତାନ୍ତ୍ରିକ ରାଷ୍ଟ୍ରରେ ଏଭଳି ଘଟଣା ବାଚସ୍ପତିଙ୍କ ପଦମର୍ଯ୍ୟାଦା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେଣୁ ବିଧାନସଭା ପରିଚାଳନା ପାଇଁ ରହିଥିବା ଆଇନ ଅନୁସାରେ ତୁରନ୍ତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦିଗପହଣ୍ଡି ବିକାଶ ପରିଷଦ ପକ୍ଷରୁ ଦାବି କରାଯାଇଛି। ଏଭଳି ଘଟଣାର ନିରପେକ୍ଷ ତଦନ୍ତ କରାଯାଇ ଦୋଷୀ ବିଧାୟକ ଦ୍ୱୟଙ୍କ ପଦବୀକୁ ତୁରନ୍ତ ରଦ୍ଦ କରିବା ସହ ପିପୁଲ୍ସ ରିପ୍ରେଜେଣ୍ଟେସନ ଆକ୍ଟ ଅନୁଯାୟୀ ଆଗାମୀ ଦିନରେ ସେମାନଙ୍କୁ ନିର୍ବାଚନ ଲଢ଼ିବା ପାଇଁ କୌଣସି ପ୍ରକାର ଅନୁମତି ପ୍ରଦାନ ନ କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ଅଦାଲତରେ ମାମଲା ରୁଜୁ କରାଯିବା ପାଇଁ ଦିଗପହଣ୍ଡି ବିକାଶ ପରିଷଦର ସଭାପତି ଅଶେଷ ନାଥ ମିଶ୍ର ଟୁଇଟର ଯୋଗେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri