ବଳାତ୍କାର ପୀଡ଼ିତାଙ୍କୁ ପୋଲିସ ଭ୍ୟାନ୍‌ରେ ଅପେକ୍ଷା କରିବା ଘଟଣା: ରିପୋର୍ଟ ମାଗିଲେ ସିଡିଏମ୍‌ଓ

କେନ୍ଦୁଝର,୧ା୨(ସ୍ବ.ପ୍ର.): ସୋସୋ ଥାନା ଅଞ୍ଚଳରେ ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଗଣ ବଳାତ୍କାର ଘଟଣାରେ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ଭ୍ୟାନ୍‌ରେ ୧୨ ଘଣ୍ଟା ଅପେକ୍ଷା କରିବା ନେଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କିଶୋର କୁମାର ପୃଷ୍ଟି ଆନନ୍ଦପୁର ଉପଖଣ୍ଡ ମେଡିକାଲର ଅଧୀକ୍ଷକ ଡାକ୍ତର ଧନେଶ୍ୱର ସେଠୀଙ୍କୁ କୈଫିୟତ ତଲବ କରିଛନ୍ତି। ଚିଠି ନଂ ୩୪୪ ତା ୨୭.୧.୨୩ରେ ଏହି ଚିଠି ହୋଇଥିବାବେଳେ ୩ ଦିନ ମଧ୍ୟରେ ଏହାର ଉତ୍ତର ରଖିବାକୁ କୁହାଯାଇଛି।

ପ୍ରକାଶ ଯେ, ଗତ ଜାନୁୟାରୀ ୧୮ରେ ଏହି ଘଟଣା ଘଟିଥିବା ବେଳେ ୧୯ ତାରିଖରେ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ପାଇଁ ପୋଲିସ ମେଡିକାଲ ନେଇଥିଲା। ତେବେ ଗୋଟିଏ ମେଡିକାଲରୁ ଆଉ ଗୋଟିଏ ମେଡିକାଲକୁ ନେବା ଆଣିବାରେ ଡାକ୍ତରୀ ଯାଞ୍ଚରେ ବିଳମ୍ବ ହେବାରୁ ପୀଡ଼ିତାଙ୍କୁ ପ୍ରାୟ ୧୨ ଘଣ୍ଟା ଧରି ପୋଲିସ ଜିପ୍‌ରେ ଅପେକ୍ଷା କରିବାକୁ ପଡ଼ିଥିଲା। ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ପୋଲିସ ଅବହେଳା କରିଥିବା ଅଭିଯୋଗ ହେବା ପରେ ସୋସା ଥାନା ଅଧିକାରୀ ପ୍ରଦୀପ ସେଠୀଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ପଦକ୍ଷେପ ନେବା ପାଇଁ ଦାବି ହୋଇ ଆସୁଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକର କମିଶନ ନିକଟରେ ମଧ୍ୟ ଅଭିଯୋଗ ହୋଇଛି।

ସୂଚନାଯୋଗ୍ୟ, ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ମହିଳା ଡାକ୍ତର ନ ଥିବାରୁ ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇପାରୁନାହିଁ। ଅନେକ ସମୟରେ ପୀଡ଼ିତାଙ୍କୁ ଅନ୍ୟ ଡାକ୍ତରଖାନା ନେବାକୁ ପଡୁଛି। ଫଳରେ ସେମାନେ ମାନସିକ ଭାବେ ଚାପଗସ୍ତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri