ଅନୁଗୋଳ ସହରବାସୀଙ୍କୁ ଅଥୟ କଲାଣି ମଶା

ଅନୁଗୋଳ ଅଫିସ, ୯ା୨: ଅନୁଗୋଳ ପୌରାଞ୍ଚଳରେ ମଶା ବଂଶ ବୃଦ୍ଧି ଚିନ୍ତାର କାରଣ ହୋଇଛି। ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏ ନେଇ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସାଧାରଣ ସମ୍ପାଦକ ତଥା ପୂର୍ବତନ କାଉନସିଲର ବଲ୍‌ବୀର ସିଂଙ୍କ ନେତୃତ୍ୱରେ ନଗରପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପୌରନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ପ୍ରଦାନ କରାଯାଇଛି।

ଏଥିରେ କଂଗ୍ରେସ ପକ୍ଷରୁ କୁହାଯାଇଛି, ସହରରେ ଥିବା ନାଳ ନର୍ଦ୍ଦମାକୁ ଠିକ୍‌ ଭାବେ ସଫେଇ କରାଯାଉ ନାହିଁ। ଏପରି କି ସେଥିରେ ମଶା ତେଲ ସିଞ୍ଚନ କରାଯାଉ ନାହିଁ। ପୌରପାଳିକାର ସମସ୍ତ ୱାର୍ଡରେ ନିୟମିତ ଭାବେ ମଶା ଧୂଆଁ ଗାଡି ବୁଲାଯାଉ ନାହିଁ। ସହରର ଅନେକ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇଥିଲେ ବି ତାହାକୁ ବିଳମ୍ବରେ ସଫା କରାଯାଉଛି। ତେଣୁ ଆଗାମୀ ଦିନରେ ସହରରେ ଡେଙ୍ଗୁ, ମ୍ୟାଲେରିଆ ବ୍ୟାପିବାର ସମ୍ଭାବନା ରହିଛି। ଏହିସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରି ମଶାର ନିରାକରଣ କରା ନ ଗଲେ କଂଗ୍ରେସ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ। ଏହି ଦାବିପତ୍ର ପ୍ରଦାନ ବେଳେ ରାଜ୍ୟ କିଷାନ କଂଗ୍ରେସ ଉପସଭାପତି ଉମେଶ ଚନ୍ଦ୍ର ସାହୁ, ଜିଲା କଂଗ୍ରେସ ଓବିସି ସେଲ୍‌ ସଭାପତି ପ୍ରବୋଧ ସ୍ବାଇଁ, ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ରାକେଶ ମିଶ୍ର, ନଗର ମହିଳା କଂଗ୍ରେସ ସଭାନେତ୍ରୀ କାଶିଦା ଖାନ୍‌, ଯୁବନେତା ଭଗବାନ ମହାନ୍ତି, ଜିଲା ଯୁବ କଂଗ୍ରେସ ସଭାପତି ଲୁଟୁ ରଞ୍ଜନ ଥାପା, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ସାହୁ, ଜିଲା ଯୁବ କଂଗ୍ରେସ ଉପସଭାପତି ଅଭିଷେକ ନାଏକ ଓ ସଂଗ୍ରାମ ବେହେରା ଏବଂ ଛାତ୍ରନେତା ଦୀନେଶ ସାହୁ, ଅମିର ଖାନ୍‌, ଅଶୋକ କୁମାର ନାୟକଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri