ଅନୁଗୋଳ ସହରବାସୀଙ୍କୁ ଅଥୟ କଲାଣି ମଶା

ଅନୁଗୋଳ ଅଫିସ, ୯ା୨: ଅନୁଗୋଳ ପୌରାଞ୍ଚଳରେ ମଶା ବଂଶ ବୃଦ୍ଧି ଚିନ୍ତାର କାରଣ ହୋଇଛି। ପରିମଳ ବ୍ୟବସ୍ଥା ପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉ ନ ଥିବାରୁ ମଶା ସହରବାସୀଙ୍କୁ ଅଥୟ କରିଦେଲେଣି। ଏ ନେଇ ଅନୁଗୋଳ ଜିଲା କଂଗ୍ରେସ ପକ୍ଷରୁ ସାଧାରଣ ସମ୍ପାଦକ ତଥା ପୂର୍ବତନ କାଉନସିଲର ବଲ୍‌ବୀର ସିଂଙ୍କ ନେତୃତ୍ୱରେ ନଗରପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପୌରନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ପ୍ରଦାନ କରାଯାଇଛି।

ଏଥିରେ କଂଗ୍ରେସ ପକ୍ଷରୁ କୁହାଯାଇଛି, ସହରରେ ଥିବା ନାଳ ନର୍ଦ୍ଦମାକୁ ଠିକ୍‌ ଭାବେ ସଫେଇ କରାଯାଉ ନାହିଁ। ଏପରି କି ସେଥିରେ ମଶା ତେଲ ସିଞ୍ଚନ କରାଯାଉ ନାହିଁ। ପୌରପାଳିକାର ସମସ୍ତ ୱାର୍ଡରେ ନିୟମିତ ଭାବେ ମଶା ଧୂଆଁ ଗାଡି ବୁଲାଯାଉ ନାହିଁ। ସହରର ଅନେକ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଗଦା ହୋଇଥିଲେ ବି ତାହାକୁ ବିଳମ୍ବରେ ସଫା କରାଯାଉଛି। ତେଣୁ ଆଗାମୀ ଦିନରେ ସହରରେ ଡେଙ୍ଗୁ, ମ୍ୟାଲେରିଆ ବ୍ୟାପିବାର ସମ୍ଭାବନା ରହିଛି। ଏହିସବୁ ସମସ୍ୟାର ଯଥାଶୀଘ୍ର ସମାଧାନ କରି ମଶାର ନିରାକରଣ କରା ନ ଗଲେ କଂଗ୍ରେସ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ। ଏହି ଦାବିପତ୍ର ପ୍ରଦାନ ବେଳେ ରାଜ୍ୟ କିଷାନ କଂଗ୍ରେସ ଉପସଭାପତି ଉମେଶ ଚନ୍ଦ୍ର ସାହୁ, ଜିଲା କଂଗ୍ରେସ ଓବିସି ସେଲ୍‌ ସଭାପତି ପ୍ରବୋଧ ସ୍ବାଇଁ, ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ରାକେଶ ମିଶ୍ର, ନଗର ମହିଳା କଂଗ୍ରେସ ସଭାନେତ୍ରୀ କାଶିଦା ଖାନ୍‌, ଯୁବନେତା ଭଗବାନ ମହାନ୍ତି, ଜିଲା ଯୁବ କଂଗ୍ରେସ ସଭାପତି ଲୁଟୁ ରଞ୍ଜନ ଥାପା, ରାଜ୍ୟ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ସାହୁ, ଜିଲା ଯୁବ କଂଗ୍ରେସ ଉପସଭାପତି ଅଭିଷେକ ନାଏକ ଓ ସଂଗ୍ରାମ ବେହେରା ଏବଂ ଛାତ୍ରନେତା ଦୀନେଶ ସାହୁ, ଅମିର ଖାନ୍‌, ଅଶୋକ କୁମାର ନାୟକଙ୍କ ସହ ବହୁ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?