Posted inଖେଳ

ଭାରତୀୟ ଆଥ୍‌ଲେଟ ଦଳର ଗସ୍ତ ୧୪ରେ

ମାଡ୍ରାସ, ୪ା୭(ପି.ଟି.)-ଅଲିମ୍ପିକ୍ସରେ ଭାଗ ନେବା ଲାଗି ଭାରତର ପ୍ରଥମ ବ୍ୟାଚ୍‌ ଆଥ୍‌ଲେଟ ଦଳ ଜୁଲାଇ ୧୪ରେ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଯୋଗେ ଟୋକିଓ ଗସ୍ତ କରିବ। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସାଧାରଣ ସମ୍ପାଦକ ରାଜୀବ ମେହେଟା ଶନିବାର ଏହି ସୂଚନା ଦେଇଛନ୍ତି। ଅବଶିଷ୍ଟ ଭାରତୀୟ ଆଥ୍‌ଲେଟ ଜୁଲାଇ ୧୬ରୁ ୧୯ ମଧ୍ୟରେ ଗସ୍ତ କରିବେ। ଟୋକିଓରେ ପହଞ୍ଚତ୍ବା ପରେ ସମସ୍ତ ଆଥ୍‌ଲେଟ ଓ ଅଫିସିଆଲ ୩ ଦିନ କ୍ୱାରାଣ୍ଟାଇନ୍‌ରେ ରହିବେ। ୧୮ଟି ଖେଳ ପାଇଁ ଭାରତର ୧୧୫ ଆଥ୍‌ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସ୍ଥାନୀୟ ୟୁ ଥିଙ୍କ୍‌ ଫାଉଣ୍ଡେଶନ ଆଣ୍ଡ୍‌ ସନ୍‌ ସାଇନ୍‌ ସିନିୟର ସେକେଣ୍ଡାରୀ ସ୍କୁଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦାନ ଅବସରରେ ମେହେଟା ଏହି ସୂଚନା ଦେଇଛନ୍ତି। ଆଇଓଏ ଅଫିସିଆଲ ଏହି ଅବସରରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା କେତେଜଣ ଆଥ୍‌ଲେଟଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଫେନ୍‌ସିଂରେ ଭାରତ ପ୍ରଥମ ଥର ଭାଗ ନେବ। ତାମିଲନାଡୁର ସି.ଏ. ଭବାନୀ ଦେବୀ ଭାରତର ପ୍ରଥମ ଫେନ୍‌ସର ଭାବେ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଟେବୁଲ ଟେନିସ ଖେଳାଳି ଜି. ସାଥିୟାଁ ପ୍ରଥମ ଥର ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିଛନ୍ତି। ଏହି ଇଭେଣ୍ଟରେ ବିଶିଷ୍ଟ ଟେବୁଲ ଟେନିସ ଖେଳାଳି ଏ. ଶରଥ କମଲ ଏବଂ ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri