Posted inଖେଳ

ଟି-୧୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଅଭିମୁଖେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଟି-୨୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ବିସିସିଆଇ ଏ ବିଷୟରେ ସୂଚନା ଦେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦ୍ୱିତୀୟ ଥର ପାଇଁ ଟି -୨୦ ବିଶ୍ୱକପ ଟାଇଟଲ ଜିତିବାକୁ ଚାହୁଁଛି। ରୋହିତ ପ୍ରଥମ ଥର ପାଇଁ ଆଇସିସି ଟୁର୍ନାମେଣ୍ଟରେ ଅଧିନାୟକତ୍ୱ କରୁଛନ୍ତି, କିନ୍ତୁ ଆଇପିଏଲରେ ତାଙ୍କର ଅନେକ ଅଧିନାୟକତ୍ୱ ଅଭିଜ୍ଞତା ରହିଛି ଏବଂ ତାଙ୍କର ରେକର୍ଡ ମଧ୍ୟ ଭଲ। ୨୦୦୭ରେ ଭାରତ ପ୍ରଥମ ଟି-୨୦ ବିଶ୍ୱକପ ଜିତିଥିଲା। ସେବେଠାରୁ ଭାରତ ଏହି ଟୁର୍ନାମେଣ୍ଟ ଜିତିବାରେ ସକ୍ଷମ ହୋଇ ନାହିଁ। ଦୁଇଥର ଟି -୨୦ ବିଶ୍ୱକପ ଜିତିଥିବା ୱେଷ୍ଟଇଣ୍ଡିଜ ହେଉଛି ଏକମାତ୍ର ଦଳ। ଏଥର ଭାରତ ମଧ୍ୟ ଏହି ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇବାକୁ ଚେଷ୍ଟା କରିବ।
ବିସିସିଆଇ ପରେ ଅନେକ ଖେଳାଳି ମଧ୍ୟ ସେମାନଙ୍କର ଫଟୋ ଶେୟାର କରିଥିଲେ। ବର୍ତ୍ତମାନ ଭାରତୀୟ ଖେଳାଳିମାନେ ଅଭ୍ୟାସ ଆରମ୍ଭ କରିବେ ଏବଂ ଅଷ୍ଟ୍ରେଲିଆ ବାତାବରଣରେ ଅଭ୍ୟସ୍ତ ହେବାକୁ ଚେଷ୍ଟା କରିବେ। ଏଠାରେ ଥିବା ପିଚଗୁଡିକରେ ବହୁତ ବାଉନ୍ସ ଏବଂ ସ୍ପିଡ ଅଛି, ଯାହା ପରଖିବା କଷ୍ଟକର।
ଟି-୨୦ବିଶ୍ୱକପ ପୂର୍ବରୁ ଭାରତ ଘରୋଇ ସିରିଜରେ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଭଳି ପରିସ୍ଥିତିରେ ଭାରତୀୟ ଖେଳାଳିଙ୍କ ଆତ୍ମବିଶ୍ୱାସ ବହୁତ ଭଲ ରହିଛି। ତେବେ ଭାରତର ଅନେକ ସମସ୍ୟା ରହିଛି। ଏଥିରେ ଡେଥ୍‌ ଓଭରର ବୋଲିଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri