Posted inଖେଳ

ବିଶ୍ୱରେକର୍ଡ ଭାଙ୍ଗିଦେଲେ ଏହି ଭାରତୀୟ କ୍ରିକେଟର୍‌

ମେଲବୋର୍ନ,୨୯।୧୨: ମେଲବୋର୍ନ ଟେଷ୍ଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ବୋଲରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଭଲ ଥିଲା। ଭାରତୀୟ ବୋଲିଂ ଲାଇନଅପର ସମସ୍ତ ବୋଲର ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏହି ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନ ଟିମ ଇଣ୍ଡିଆର ବୋଲିଂର ନେତୃତ୍ୱ ନେଇଥିଲେ। ଦଳର ସବୁଠାରୁ ଅଭିଜ୍ଞ ଖେଳାଳି ଅଶ୍ୱିନ ମେଲବୋର୍ନରେ ୫ ଉଇକେଟ ନେଇଛନ୍ତି। ସେ ପ୍ରଥମ ଇନିଂସରେ ୩ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୨ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌ରେ ଅଶ୍ୱିନ ମୁରଲୀଧରନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ମେଲବୋର୍ନ ଟେଷ୍ଟର ଦ୍ୱିତୀୟ ଇନିଂସରେ ଅଶ୍ୱିନ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଜୋଶ ହେଜେଲଉଡଙ୍କୁ ଆଉଟ୍‌ କରିବା ମାତ୍ରେ ସେ ବିଶ୍ୱ ରେକର୍ଡ ହାସଲ କରିଥିଲେ। ଅଶ୍ୱିନ ୧୯୨ଥର ପାଇଁ ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଶିକାର କରିଥିଲେ, ଯାହା ଟେଷ୍ଟ କ୍ରିକେଟରେ ବିଶ୍ୱରେକର୍ଡ ଅଟେ। ଏହାପୂର୍ବରୁ ମୁରଲୀଧରନ ୧୯୧ ଉଇକେଟ ନେଇ ଶୀର୍ଷରେ ରହିଥିଲେ। ମୁରଲୀଧରନ ତାଙ୍କ ୮୦୦ ଟେଷ୍ଟ ଉଇକେଟ ମଧ୍ୟରୁ ୧୯୧ ଥର ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ, କିନ୍ତୁ ଅଶ୍ୱିନ କେବଳ ୩୭୫ ଉଇକେଟ ପରେ ଏହି ରେକର୍ଡ ଭାଙ୍ଗିଛନ୍ତି। ଦ୍ରୁତ ବୋଲରଙ୍କ ବିଷୟରେ କହିବାକୁ ଗଲେ ଜେମ୍ସ ଆଣ୍ଡରସନ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ସର୍ବାଧିକ ଶିକାର କରିଛନ୍ତି। ଏହି ଇଂଲଣ୍ଡ ଦ୍ରୁତ ବୋଲର ୧୮୬ଥର ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri