ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।

ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ସମୁଦ୍ର ପତ୍ତନରୁ ୧.୫ରୁ ୫.୮ କି.ମି. ଉଚ୍ଚତା ମଧ୍ୟରେ ଅନ୍ୟ ଏକ ଉପରିସ୍ଥ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ଶୁକ୍ରବାର ମଧ୍ୟ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଶୁକ୍ରବାର ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଏବଂ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ରହିବା ନେଇ ସୂଚନା ଦିଆଯାଇଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ସର୍ବାଧିକ ୧୦୭.୯ ମି.ମି. ବର୍ଷା ରେକର୍ଡ କରାଯାଇଛି। ସେହିପରି ଯାଜପୁର ଜିଲା ଜେନାପୁରରେ ୧୦୬.୮ ମି.ମି., କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ୧୦୦ ମି.ମି., କଟକ ଜିଲା ମାହାଙ୍ଗାରେ ୯୨ ମି.ମି., ନିଶ୍ଚିନ୍ତକୋଇଲିରେ ୮୨ ମି.ମି., କଣ୍ଟାପଡ଼ାରେ ୮୧ ମି.ମି., ଭଦ୍ରକ ଜିଲା ଭଣ୍ଡାରିପୋଖରୀରେ ୮୦ ମି.ମି., ଯାଜପୁର ଜିଲା ସୁକିନ୍ଦାରେ ୭୬ ମି.ମି., ଯାଜପୁରରେ ୭୫ ମି.ମି., ବାଲେଶ୍ୱର ଜିଲା ରାଜଘାଟରେ ୭୪.୮ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?