Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିଥାଏ। କ୍ରିକେଟ ମଇଦାନରେ ମଧ୍ୟ ଅନେକ ଖେଳାଳି ନିଜର ଡେବ୍ୟୁ ମ୍ୟାଚ୍‌ରେ ଚମତ୍କାର କରିଛନ୍ତି। ସେମାନଙ୍କ ମଧ୍ୟରୁ ଏଭଳି ଜଣେ ଖେଳାଳି ଅଛନ୍ତି ଯିଏ ନିଜର ଡେବ୍ୟୁ ମ୍ୟାଚ୍‌ରେ ଏପରି କିଛି କରିଥିଲେ, ଯାହା ଅନ୍ୟପକ୍ଷେ କରିବା ସହଜ ହେବ ନାହିଁ। ସେ ହେଲେ ଲେଗ୍‌ବ୍ରେକ୍‌ ଗୁଗଲି ପାଇଁ ଖ୍ୟାତ ପୂର୍ବତନ ଭାରତୀୟ କ୍ରିକେଟର ନରେନ୍ଦ୍ର ହିରଓ୍ବାନୀ। ୧୯୮୮ରେ ୧୯ ବର୍ଷ ବୟସରେ ଏହି ଭାରତୀୟ ସ୍ପିନର ଡେବ୍ୟୁ ଟେଷ୍ଟ କ୍ରିକେଟ ଖେଳିଥିଲେ। ଚେନ୍ନାଇରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ମ୍ୟାଚ୍‌ ଥିଲା। ସେତେବେଳେ ଭାରତୀୟ ଅଧିନାୟକ ରବି ଶାସ୍ତ୍ରୀ ହିରଓ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ପରେ ଯାହା ହେଲା ତାହା ଇତିହାସ ହୋଇ ରହିଛି।

ମ୍ୟାଚ୍‌ରେ ଭାରତ ପ୍ରଥମ ପାଳିରେ ୩୮୨ ରନ୍‌ କରିଥିଲା। ଏହାର ଜବାବ ଦେବାକୁ ପଡ଼ିଆକୁ ଓହ୍ଲାଇଥିବା ଓ୍ବେଷ୍ଟଇଣ୍ଡିଜ୍‌କୁ ୧୮୪ ରନ୍‌ରେ ଅଲଆଉଟ୍‌ କରିଥିଲା ଭାରତୀୟ ଦଳ। ଏହା ପଛରେ ହିରଓ୍ବାନୀଙ୍କ ବଡ଼ ହାତ ରହିଥିଲା। ସେ ୧୮.୩ ଓଭର ବୋଲିଂ କରି ୮ ଉଇକେଟ ନେଇଥିଲେ। ପ୍ରଥମ ପାଳିରେ ହିରଓ୍ବାନୀଙ୍କ ଐତିହାସିକ ବୋଲିଂ କେବଳ ଟ୍ରେଲର୍‌ ଥିଲା। ଦ୍ୱିତୀୟ ପାଳିରେ ଭାରତ ୨୧୭/୮ ରେ ପାଳି ଘୋଷଣା କରିଥିଲା। ଏଣୁ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୪୧୬ ରନ୍‌ର ବିଜୟ ଲକ୍ଷ୍ୟ ଥିଲା। ହିରଓ୍ବାନୀ ଦ୍ୱିତୀୟ ପାଳିରେ ୧୫.୨ ଓଭର ବୋଲିଂ କରିଥିଲେ। ଏଥିରେ ସେ ୭୫ ରନ୍‌ ଦେଇ ପୁଣି ୮ ଉଇକେଟ ନେଇଥିଲେ। ଏଭଳି ଭାବେ ଗୋଟିଏ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ନିଜର ଡେବ୍ୟୁକୁ ସ୍ମରଣୀୟ କରିଦେଇଥିଲେ ହିରଓ୍ବାନୀ। ଆଜି ମଧ୍ୟ ଏହି ପ୍ରଦର୍ଶନ ସର୍ବଶ୍ରେଷ୍ଠ ବୋଲି ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?