Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ଚମକାଇଥିଲେ ଏହି ଭାରତୀୟ ସ୍ପିନର୍‌: ଏବେ ବି ଭାଙ୍ଗିନି ରେକର୍ଡ

ନୂଆଦିଲ୍ଲୀ,୨୩।୬: ଯେକୌଣସି କ୍ରୀଡାରେ ଜଣେ ଯୁବ ଖେଳାଳି ପ୍ରଥମଥର ପାଇଁ ପଡ଼ିଆକୁ ଓହ୍ଲାଇବା ବେଳେ ନିଜର ଛାପ ଛାଡ଼ିବାର ପ୍ରଚେଷ୍ଟା କରିଥାନ୍ତି। ଏପରି କରିବା ଦ୍ୱାରା ତାଙ୍କୁ ପୁନର୍ବାର ସୁଯୋଗ ମିଳିଥାଏ। କ୍ରିକେଟ ମଇଦାନରେ ମଧ୍ୟ ଅନେକ ଖେଳାଳି ନିଜର ଡେବ୍ୟୁ ମ୍ୟାଚ୍‌ରେ ଚମତ୍କାର କରିଛନ୍ତି। ସେମାନଙ୍କ ମଧ୍ୟରୁ ଏଭଳି ଜଣେ ଖେଳାଳି ଅଛନ୍ତି ଯିଏ ନିଜର ଡେବ୍ୟୁ ମ୍ୟାଚ୍‌ରେ ଏପରି କିଛି କରିଥିଲେ, ଯାହା ଅନ୍ୟପକ୍ଷେ କରିବା ସହଜ ହେବ ନାହିଁ। ସେ ହେଲେ ଲେଗ୍‌ବ୍ରେକ୍‌ ଗୁଗଲି ପାଇଁ ଖ୍ୟାତ ପୂର୍ବତନ ଭାରତୀୟ କ୍ରିକେଟର ନରେନ୍ଦ୍ର ହିରଓ୍ବାନୀ। ୧୯୮୮ରେ ୧୯ ବର୍ଷ ବୟସରେ ଏହି ଭାରତୀୟ ସ୍ପିନର ଡେବ୍ୟୁ ଟେଷ୍ଟ କ୍ରିକେଟ ଖେଳିଥିଲେ। ଚେନ୍ନାଇରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ମ୍ୟାଚ୍‌ ଥିଲା। ସେତେବେଳେ ଭାରତୀୟ ଅଧିନାୟକ ରବି ଶାସ୍ତ୍ରୀ ହିରଓ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଥିଲେ। ପରେ ଯାହା ହେଲା ତାହା ଇତିହାସ ହୋଇ ରହିଛି।

ମ୍ୟାଚ୍‌ରେ ଭାରତ ପ୍ରଥମ ପାଳିରେ ୩୮୨ ରନ୍‌ କରିଥିଲା। ଏହାର ଜବାବ ଦେବାକୁ ପଡ଼ିଆକୁ ଓହ୍ଲାଇଥିବା ଓ୍ବେଷ୍ଟଇଣ୍ଡିଜ୍‌କୁ ୧୮୪ ରନ୍‌ରେ ଅଲଆଉଟ୍‌ କରିଥିଲା ଭାରତୀୟ ଦଳ। ଏହା ପଛରେ ହିରଓ୍ବାନୀଙ୍କ ବଡ଼ ହାତ ରହିଥିଲା। ସେ ୧୮.୩ ଓଭର ବୋଲିଂ କରି ୮ ଉଇକେଟ ନେଇଥିଲେ। ପ୍ରଥମ ପାଳିରେ ହିରଓ୍ବାନୀଙ୍କ ଐତିହାସିକ ବୋଲିଂ କେବଳ ଟ୍ରେଲର୍‌ ଥିଲା। ଦ୍ୱିତୀୟ ପାଳିରେ ଭାରତ ୨୧୭/୮ ରେ ପାଳି ଘୋଷଣା କରିଥିଲା। ଏଣୁ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୪୧୬ ରନ୍‌ର ବିଜୟ ଲକ୍ଷ୍ୟ ଥିଲା। ହିରଓ୍ବାନୀ ଦ୍ୱିତୀୟ ପାଳିରେ ୧୫.୨ ଓଭର ବୋଲିଂ କରିଥିଲେ। ଏଥିରେ ସେ ୭୫ ରନ୍‌ ଦେଇ ପୁଣି ୮ ଉଇକେଟ ନେଇଥିଲେ। ଏଭଳି ଭାବେ ଗୋଟିଏ ମ୍ୟାଚ୍‌ରେ ୧୬ ଉଇକେଟ ନେଇ ନିଜର ଡେବ୍ୟୁକୁ ସ୍ମରଣୀୟ କରିଦେଇଥିଲେ ହିରଓ୍ବାନୀ। ଆଜି ମଧ୍ୟ ଏହି ପ୍ରଦର୍ଶନ ସର୍ବଶ୍ରେଷ୍ଠ ବୋଲି ରେକର୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯାଦବଙ୍କ ସ୍ଥାନରେ ନଟରାଜନ

ସିଡନୀ,୧।୧: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟରେ ଭାରତୀୟ ଦଳରେ ପରିବର୍ତ୍ତନସ୍ବରୂପ ଉମେଶ ଯାଦବଙ୍କ ସ୍ଥାନରେ ଟି ନଟରାଜନଙ୍କୁ ସୁଯୋଗ ମିଳିଛି। ଯାଦବ ଆହତ ହୋଇଥିବା ଯୋଗୁ...

କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌

ବ୍ରାସିଲିଆ,୧୩।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକା ରବିବାରଠାରୁ ଆରମ୍ଭ ହେବ। ଦକ୍ଷିଣ ତଥା ଲାଟିନ ଆମେରିକାର ସର୍ବଶ୍ରେଷ୍ଠ ଫୁଟ୍‌ବଲ...

କାହିଁକି ବିଶ୍ରାମ ନେଲେ ଆୟାର ଓ ଦୁବେ

ମୁମ୍ବାଇ, ୨୮।୧୨- ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ଦଳ ଅପେକ୍ଷାକୃତ ରେଲ୍‌ଓ୍ବେଠାରୁ ଶୋଚନୀୟ ପରାଜୟ ବରଣ କରିବା ପରେ ଶ୍ରେୟାସ ଆୟାର ଓ ଶିବମ ଦୁବେଙ୍କ...

ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ର ୫୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇର ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସକୁ  ଭେଟୁଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌...

ରୋହିତଙ୍କ ପାଇଁ ରେକର୍ଡ ଭାଙ୍ଗିବା ସୁଯୋଗ

ଲୌଡରହିଲ(ଆମେରିକା), ୨।୮(ପି.ଟି.)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜର ପ୍ରଥମ ମ୍ୟାଚ ଶନିବାର ଏଠାରେ ଖେଳାଯିବ। ଏଥିରେ ଭାରତର ରନ୍‌ ମେସିନ ରୋହିତ ଶର୍ମାଙ୍କ...

ଜ୍ଞାନେନ୍ଦ୍ର ନିଙ୍ଗୋମ୍ବମ ହକି ଇଣ୍ଡିଆ ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୭।୧୧(ପି.ଟି.): ମଣିପୁରର ଜ୍ଞାନେନ୍ଦ୍ର ନିଙ୍ଗୋମ୍ବମ ହକି ଇଣ୍ଡିଆ (ଏଚ୍‌ଆଇ)ର ନୂଆ ଅଧ୍ୟକ୍ଷ ଭାବେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। ମହମ୍ମଦ ମୁସ୍ତାକ ଅହମ୍ମଦଙ୍କୁ ଅଧ୍ୟକ୍ଷ ପଦରୁ...

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ନୂଆଦିଲ୍ଲୀ, ୨୧।୯- ବେଲଜିୟମ ଟୁର୍‌ ପାଇଁ ଶୁକ୍ରବାର ୨୦ ଜଣିଆ ଭାରତୀୟ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ଦୁଇ ଅଭିଜ୍ଞ ଖେଳାଳି...

ପଦାର୍ପଣରେ ବେପରୁଆ ବ୍ୟାଟିଂ

କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ୩ୟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାଇଁ ଦିନିକିଆରେ ପଦାର୍ପଣ କରିଛନ୍ତି ସଞ୍ଜୁ ସାମସନ। ଟି୨୦ ପଦାର୍ପଣର ୬ ବର୍ଷ ପରେ ମିଳିଥିଲା...

Advertisement
Archives

Model This Week