Posted inଖେଳ

ଅନ୍ତିମ ଟେଷ୍ଟରେ ଖେଳିବେନି ଏହି ଭାରତୀୟ ଷ୍ଟାର ଖେଳାଳି

ଅହମଦାବାଦ,୧।୩: ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବାକୁ ଯାଉଛି। ରବିବାର ଭାରତୀୟ ଖେଳାଳିମାନେ ଅଭ୍ୟାସ ଆରମ୍ଭ କରିଥିଲେ। ସୋମବାର ମଧ୍ୟ ଘରୋଇ ଦଳର ତାରକାମାନେ ନେଟ୍ସରେ ଝାଳ ବୁହାଇଥିଲେ। ଅଧିନାୟକ ବିରାଟ କୋହଲି, ସିନିୟର ଓପନର ରୋହିତ ଶର୍ମା ଓ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ନେଟ୍ସରେ ବ୍ୟାଟିଂ କରିଥିଲେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଟୁଇଟ୍‌ କରି ଖେଳାଳି ଅଭ୍ୟାସ କରୁଥିବାର ଭିଡିଓ ଅପ୍‌ଲୋଡ କରିଛି। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ୩ ବରିଷ୍ଠ ଖେଳାଳି ପେସର, ସ୍ପିନରଙ୍କ ବୋଲିଂରେ ପୁଲ, ଫ୍ଲିକ୍‌ ଶଟ୍‌ମାନ ଖେଳିବା ସହ ଡ୍ରାଇଭ କରିଥିଲେ।
ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀ କୋହଲି ଓ ରୋହିତଙ୍କ ସହ ଆଲୋଚନା କରୁଥିବାର ଦେଖାଯାଇଥିଲା। ପିଙ୍କ୍‌ବଲ ତୃତୀୟ ଟେଷ୍ଟରେ ୧୧ଟି ଉଇକେଟ ହାସଲ କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଅକ୍ଷର ପଟେଲ ନେଟ୍‌ରେ ବୋଲିଂ କରିଥିଲେ। ସ୍ଲିପ୍‌ରେ ରାହାନେ ଓ ରୋହିତ ଡାହାଣକୁ ଡାଇଭ୍‌ ମାରି କ୍ୟାଚ୍‌ ନେବାର ଅଭ୍ୟାସ କରିଥିଲେ।
କୋହଲିଙ୍କ ନେତୃତ୍ୱାଧୀନ ଭାରତ ଚେନ୍ନାଇରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ୨୨୭ ରନରେ ପରାସ୍ତ ହୋଇଥିଲା। ଏହାପରେ ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ୩୧୭ ରନରେ ବିଜୟୀ ହୋଇଥିଲା। ଏଠାରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଇଂଲଣ୍ଡକୁ ଭାରତ ୧୧୨ ଓ ୮୧ ରନରେ ଅଲ୍‌ଆଉଟ କରି ଦୁଇ ଦିନ ମଧ୍ୟରେ ୧୦ ଉଇକେଟରେ ବିଜୟ ହାସଲ କରିଥିଲା। ରବିବାର ମଧ୍ୟ ଭାରତୀୟ କ୍ରିକେଟରମାନେ ଏଠାରେ ପୂରା ଦମ୍‌ରେ ଅଭ୍ୟାସ କରିଥିଲେ। ଅନ୍ତିମ ଟେଷ୍ଟରେ ତାରକା ଦ୍ରୁତ ବୋଲର୍‌ ଯଶପ୍ରୀତ ବୁମ୍‌ରା ଖେଳିବେ ନାହିଁ। ସିରିଜରେ ଭାରତ ୨-୧ରେ ଅଗ୍ରଣୀ ହାସଲ କରିଛି। ଅନ୍ତିମ ଟେଷ୍ଟରେ ବିଜୟୀ ହେଲେ କିମ୍ବା ଡ୍ର ରଖିପାରିଲେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri