Posted inଖେଳ

ବିନା ଦର୍ଶକରେ ହେବ ଇଣ୍ଡିଆନ ସୁପର ଲିଗ୍‌

ନୂଆଦିଲ୍ଲୀ, ୭ା୭ (ପି.ଟି.)-ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ୭ମ ସଂସ୍କରଣ ଆସନ୍ତା ନଭେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ରୁଦ୍ଧଦ୍ୱାରରେ ଅନୁଷ୍ଠିତ ହେବ। କୋଭିଡ୍‌-୧୯ ମହାମାରୀ ଯୋଗୁ ଏହି ଫୁଟ୍‌ବଲ ଇଭେଣ୍ଟ ଦୁଇଟି ରାଜ୍ୟ ମଧ୍ୟରେ ଖେଳାଯିବା ସମ୍ଭାବନା ରହିଛି। ପ୍ରତିଯୋଗିତା ଆୟୋଜନ ଦୌଡ଼ରେ ଗୋଆ ଓ କେରଳ ଆଗରେ ରହିଛନ୍ତି। ସୋମବାର ଆଇଏସ୍‌ଏଲ ଆୟୋଜକ ଫୁଟ୍‌ବଲ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ (ଏଫ୍‌ଏସ୍‌ଡିଏଲ୍‌) ଏବଂ କ୍ଲବ ପ୍ରତିନିଧିମାନଙ୍କର ଏକ ବୈଠକ ବସିଥିଲା। ଏଥିରେ କେରଳ, ଗୋଆ, ପଶ୍ଚିମବଙ୍ଗ ଏବଂ ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ସମ୍ପର୍କରେ ଆଲୋଚନା ହୋଇଥିଲା। ତେବେ ବର୍ତ୍ତମାନ ପରିସ୍ଥିତିରେ ଗୋଆ ଓ କେରଳ ଟୁର୍ନାମେଣ୍ଟ ପାଇଁ ଉପଯୁକ୍ତ ସ୍ଥାନ ବୋଲି ଏଥିରେ ମତ ପ୍ରକାଶ ପାଇଥିଲା। ଆଇଏସଏଲକୁ ଦୁଇଟି ରାଜ୍ୟର ଏକାଧିକ ସ୍ଥାନରେ ଆୟୋଜନ କରିବା ଲାଗି ଯୋଜନା ରହିଛି। ରାଜ୍ୟ ଏବଂ ଭେନ୍ୟୁ ଚୂଡ଼ାନ୍ତ କରିବା ପୂର୍ବରୁ ବିଭିନ୍ନ ଦିଗରୁ ବିଚାର କରାଯିବ ବୋଲି ଏଥିରେ ସ୍ଥିର କରାଯାଇଛି। ଅକ୍ଟୋବରରେ ଆଇଏସ୍‌ଏଲ୍‌ ଓ୍ବାର୍କଶପ ଅୟୋଜିତ ହେବ। ସେତେବେଳେ ଇଭେଣ୍ଟ ସମ୍ପର୍କିତ ନୀତି ଓ ନିୟମର ସମ୍ପୂର୍ଣ୍ଣ ବିବରଣୀ ଉପସ୍ଥାପନ କରାଯିବ। ଉତ୍ତରପୂର୍ବାଞ୍ଚଳର ଆଇଜଲ, ଇମ୍ଫାଲ, ଶିଲଂ, ଗୁଆହାଟୀ ଏବଂ ଗାଙ୍ଗ୍‌ଟକ ଆଦିକୁ ସମ୍ଭାବ୍ୟ ଭେନ୍ୟୁ ନେଇ ଆଲୋଚନା ହୋଇଥିଲା। କୋଲକାତା ମଧ୍ୟ ଆଲୋଚନାରେ ସ୍ଥାନ ପାଇଥିଲା। ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ସିରିଜକୁ ଏକ ଉଦାହରଣ ଭାବେ ଗ୍ରହଣ କରି ଟିମ୍‌ ଗୁଡ଼ିକୁ ଜୈବ ସୁରକ୍ଷିତ ପରିବେଶ ମଧ୍ୟରେ ରଖିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ସୂଚନାଯୋଗ୍ୟ, କରୋନା ଭାଇରସ୍‌ ଯୋଗୁ ଗତ ମାର୍ଚ୍ଚ ୧୪ରେ ଗୋଆର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଟିକେ ଏବଂ ଚେନ୍ନାଇନ ଏଫ୍‌ସି ମଧ୍ୟରେ ଗତ ଆଇଏସ୍‌ଏଲ୍‌ ମ୍ୟାଚ ରୁଦ୍ଧଦ୍ୱାର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri