Posted inଖେଳ

ଚେନ୍ନାଇରେ ପହଞ୍ଚିଲା ଭାରତୀୟ ଦଳ

ଚେନ୍ନାଇ,୨।୮: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଖେଳିବା ପାଇଁ ଭାରତୀୟ ଦଳ ମଙ୍ଗଳବାର ଚେନ୍ନାଇରେ ପହଞ୍ଚତ୍ଛି। ବିମାନବନ୍ଦରରେ ବହୁ ସଂଖ୍ୟାରେ ପ୍ରଶଂସକ ଉପସ୍ଥିତ ରହି ଭାରତୀୟ ଦଳକୁ ସ୍ବାଗତ କରିଥିଲେ। ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ହରମନପ୍ରୀତ ସିଂଙ୍କ ନେତୃତ୍ୱାଧୀନ ଦଳ ଆସନ୍ତା ୩ ତାରିଖରେ ଏହାର ପ୍ରଥମ ମ୍ୟାଚରେ ଚାଇନାକୁ ଭେଟିବ। ଟୁର୍ନାମେଣ୍ଟ ଇତିହାସ ଦେଖିଲେ ଭାରତ ଓ ପାକିସ୍ତାନ ସବୁଠାରୁ ସଫଳ ଦଳ। ଉଭୟ ଦଳ ୩ ଥର ଲେଖାଏ ଟାଇଟଲ ଜିତିଛନ୍ତି। ତେଣୁ ଏଥର ରେକର୍ଡ ୪ର୍ଥ ଥରପାଇଁ ଟ୍ରଫି ଜିତି ଦେଶକୁ ଗର୍ବିତ କରିବା ଆଶାରେ ରହିଛି ଘରୋଇ ଦଳ। ଟୁର୍ନାମେଣ୍ଟରେ ଭାରତୀୟ ଦଳ ଜାପାନ, କୋରିଆ, ପାକିସ୍ତାନ, ଚାଇନା ଓ ମାଲେସିଆ ସହିତ ମୁକାବିଲା କରିବ। ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମରେ ଟୁର୍ନାମେଣ୍ଟ ୩ରୁ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଟୁର୍ନାମେଣ୍ଟ ଫର୍ମାଟ ଅନୁସାରେ ଅଂଶଗ୍ରହଣକାରୀ ୬ ଦଳ ରାଉଣ୍ଡ ରବିନ ଫର୍ମାଟରେ ପରସ୍ପର ସହିତ ୫ଟି ଲେଖାଏ ମ୍ୟାଚ ଖେଳିବେ। ଏହାପରେ ଶ୍ରେଷ୍ଠ ୪ ଦଳ ସେମିଫାଇନାଲରେ ପ୍ରବେଶ କରିବେ।
ଭାରତୀୟ ଦଳର ଭଲ ପ୍ରଦର୍ଶନ ନେଇ ମୁଖ୍ୟ କୋଚ୍‌ କ୍ରେଗ୍‌ ଫଲଟନ ଆଶାବାଦୀ ଅଛନ୍ତି। ”ସ୍ପେନରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଆମର ପ୍ରଦର୍ଶନ ଖୁବ୍‌ ଭଲ ରହିଥିଲା। ଗତ ୧୦ ଦିନ ମଧ୍ୟରେ ଆମେ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀଙ୍କୁ ଭେଟି ପ୍ରଭାବୀ ଖେଳ ଦେଖାଇଥିଲୁ। ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ମଧ୍ୟ ଆମେ ରଣନୀତିରେ କେତେକ ପରିବର୍ତ୍ତନ କରି ଖେଳିବୁ“ ବୋଲି ଫଲଟନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri