Posted inଖେଳ

ଇଡେନ୍‌ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌କୁ ଜିତି ନେଇଛି ଟିମ୍‌ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଭିଷେକ ଶର୍ମା ଜବରଦସ୍ତ ବ୍ୟାଟିଂ କରି ଦଳକୁ ଜିତାଇଛନ୍ତି। ଏବେ ଭାରତର ସ୍କୋର ୧-୦ ହୋଇଛି। ଅଭିଷେକ ମାତ୍ର ୩୪ ବଲ୍‌ରେ ୭୯ ରନ୍‌ କରିଥିଲେ। ଏଥିରେ ୮ ଛକା ଏବଂ ୫ ଚୌକା ଥିଲା।

କହିରଖୁଛୁ, କୋଲକାତାର ଇଡେନ୍‌ ଗାର୍ଡେନରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇ ଥିଲେ। ତେବେ ଭାରତ ଏକାଦଶରେ ଅଭିଷେକ ଶର୍ମା, ସଞ୍ଜୁ ସାମସନ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରିଙ୍କୁ ସିଂହ, ନୀତିଶ କୁମାର ରେଡ୍ଡୀ, ଅକ୍ଷର ପଟେଲ, ରବି ବିଷ୍ଣୋଇ, ଅର୍ଶଦୀପ ସିଂହ, ବରୁଣ ଚକ୍ରବର୍ତ୍ତୀଙ୍କୁ ସୁଯୋଗ ମିଳିଥିଲା।

ବିସ୍ଫୋରକ ବ୍ୟାଟିଂ ଲାଗି ଜଣାଶୁଣା ଇଂଲଣ୍ଡ ଟିମ୍‌ ପାଓ୍ବାର ପ୍ଲେରେ ମାତ୍ର ୭୪ ରନ୍‌ କରିପାରିଥିଲେ। ଅପରପକ୍ଷେ ଭାରତୀୟ ବୋଲରମାନେ ପ୍ରଭାବୀ ବୋଲିଂ ଜାରି ରଖିଥିଲେ। ଶେଷରେ ଦଳ ମାତ୍ର ୧୩୨ ରନ୍‌ ସ୍କୋରରେ ଅଲଆଉଟ୍‌ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଜୋସ୍‌ ବଟଲର୍‌ ସର୍ବାଧିକ ୬୮ ରନ୍‌ କରିଥିଲେ। ତାଙ୍କ ବ୍ୟତିତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍‌ ଅର୍ଦ୍ଧଶତକ ଯାଏ ପହଞ୍ଚି ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri