Posted inଖେଳ

ଭାରତୀୟ ମହିଳା କ୍ରିକେଟ ଦଳ ବିଜୟୀ

ଲକ୍ଷ୍ନୌ, ୨୪।୩ – ଭାରତୀୟ ମହିଳା କ୍ରିକେଟ ଦଳ ଚଳିତ ଟି୨୦ କ୍ରିକେଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚରେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଦଳକୁ ୯ ଉଇକେଟରେ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ପକ୍ଷରୁ ଧାର୍ଯ୍ୟ ୧୧୩ ରନର ବିଜୟ ଲକ୍ଷ୍ୟକୁ ଭାରତ ୧୧ ଓଭରରେ ମାତ୍ର ୧ ଉଇକେଟ ହରାଇ ହାସଲ କରି ନେଇଥିଲା। ଦୁଇ ଓପନର ଶେଫାଳି ବର୍ମା ଓ ଅଧିନାୟିକା ସ୍ମୃତି ମନ୍ଧାନା ବିସ୍ଫୋରକ ବ୍ୟାଟିଂ କରି ଓପନିଂ ଯୋଡ଼ିରେ ୫୧ ବଲ୍‌ରୁ ୯୬ ରନ ସଂଗ୍ରହ କରି ଦଳର ସହଜ ବିଜୟ ପାଇଁ ପ୍ଲାଟ୍‌ଫର୍ମ ପ୍ରସ୍ତୁତ କରିଥିଲେ। ଶେଫାଳି ୩୦ ବଲ୍‌ରୁ ୭ ଚୌକା ଓ ୫ ଛକା ସହାୟତାରେ ୬୦ ରନ କରି ଆଉଟ ହୋଇଥିଲେ। ସ୍ମୃତି ୨୮ ବଲ୍‌ରୁ ୯ ଚୌକା ସହ
୪୮ ଏବଂ ହରଲିନ ଦେଓଲ ୪ ରନରେ ଅପରାଜିତ ରହି ୯ ଓଭର ପୂର୍ବରୁ ଦଳକୁ ବିଜୟୀ କରାଇଥିଲେ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୧୬ ରନରେ ୩ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ିଥିଲା। ମଧ୍ୟଭାଗରେ ଅଧିନାୟିକା ସୁନେ ଲୁସ୍‌ ୨୮ ରନ କରି ଆଉଟ ହୋଇଥିବାବେଳେ ଶେଷଭାଗରେ ଲାରା ଗୋଡାଲ ୨୫ ରନରେ ଅପରାଜିତ ରହିବାରୁ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୭ ଉଇକେଟ ହରାଇ ୧୧୨ ରନ କରିବାକୁ ସକ୍ଷମ ହୋଇଥିଲା। ଭାରତୀୟ ମହିଳାଙ୍କ ମଧ୍ୟରେ ରାଜେଶ୍ୱରୀ ଗାଏକ୍ୱାଡ ସର୍ବାଧିକ ୩ଟି ଏବଂ ଅରୁନ୍ଧତୀ ରେଡ୍ଡୀ, ରାଧା ଯାଦବ, ଦୀପ୍ତି ଶର୍ମା ଓ ଶିମରନ ବାହାଦୂର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ତେବେ ପ୍ରଥମ ୨ଟି ମ୍ୟାଚ ଜିତିଥିବାରୁ ଦକ୍ଷିଣ ଆଫ୍ରିକା ୨-୧ରେ ସିରିଜ ବିଜୟୀ ହୋଇଛି। ଭାରତର ରାଜେଶ୍ୱରୀ ଗାଏକ୍ୱାଡ ପ୍ଲେୟର ଅଫ୍‌ ଦି ମ୍ୟାଚ ଏବଂ ଶେଫାଳି ବର୍ମା ପ୍ଲେୟର ଅଫ୍‌ ଦି ସିରିଜ ପୁରସ୍କାର ପାଇଛନ୍ତି।
ସଂକ୍ଷିପ୍ତ ସ୍କୋର
ଦକ୍ଷିଣ ଆଫ୍ରିକା ମହିଳା ଦଳ ୨୦ ଓଭରରେ ୧୧୨/୭(ସୁନେ ଲୁସ୍‌-୨୮, ଲାରା ଗୋଡାଲ-୨୫*, ରାଜେଶ୍ୱରୀ ଗାଏକ୍ୱାଡ ୪-୧-୯-୩, ଅରୁନ୍ଧତୀ-୧/୧୮, ରାଦା-୧/୨୪, ସିମରନ-୧/୨୯)। ଭାରତୀୟ ମହିଳା ଦଳ ୧୧ ଓଭରରେ ୧୧୪/୧(ଶେଫରଳି ବର୍ମା-୬୦, ସ୍ମୃତି ମନ୍ଧାନା-୪୮*, ଏନ.ସାଙ୍ଗାସେ-୧/୧୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri