Posted inଖେଳ

ଟି୨୦ ସିରିଜ ହାରିଲା ଭାରତୀୟ ମହିଳା ଦଳ

ଚେଲମ୍ସଫର୍ଡ,୧୬।୭: ଭାରତ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୮ ଉଇକେଟରେ ବିଜୟୀ ହୋଇଛି। ଓପନର ଡ୍ୟାନି ହ୍ବେଟ୍‌ଙ୍କ ଅପରାଜିତ ୮୯ ରନ (୫୬ ବଲ, ୧୨ ଚୌକା, ୧ ଛକା)ର ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ବଳରେ ଇଂଲଣ୍ଡ ୮ ବଲ ବାକି ରଖି ଅତି ସହଜରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ୨-୧ରେ ସିରିଜ ବିଜୟ ହାସଲ କରିଛି। ସାରା ସିରିଜରେ ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ନାତାଲି ସ୍କିଭର ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ସେହିପରି ମ୍ୟାଚ୍‌ ବିଜୟୀ ଇନିଂସ ପାଇଁ ହ୍ବେଟ୍‌ଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଭାବେ ପୁରସ୍କୃତ କରାଯାଇଥିଲା।
ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିତ୍ବା ମ୍ୟାଚ୍‌ରେ ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୩ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୮.୪ ଓଭରରେ ୨ ଉଇକେଟ ହରାଇ ବିଜୟ ହାସଲ କରି ନେଇଥିଲା। ଇଂଲଣ୍ଡ ତରଫରୁ ଅନ୍ୟତମ ଓପନର ଟମି ବିମଣ୍ଟ ୧୧, ସ୍କିଭର ୪୨ ଯଥାକ୍ରମେ ଦୀପ୍ତି ଶର୍ମା ଓ ସ୍ନେହ ରାଣାଙ୍କ ଦ୍ୱାରା ଆଉଟ ହୋଇଥିଲେ। ଅଧିନାୟିକା ହିଥର ନାଇଟ୍‌ ୬ ରନକରି ଅପରାଜିତ ରହିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ଓପନର ସ୍ମୃତି ମାନ୍ଧନା ସର୍ବାଧିକ ୭୦ (୫୧ ବଲ, ୮ ଚୌକା, ୨ ଛକା), ଅଧିନାୟିକା ହରମନପ୍ରୀତ କୌର ୩୬, ଉଇକେଟକିପର ବ୍ୟାଟ୍ସଓମ୍ୟାନ ରିଚା ଘୋଷ ୨୦ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଇଂଲଣ୍ଡ ତରଫରୁ ସୋଫି ଏକ୍ଲେଷ୍ଟୋନ ୩, କାଥେରାଇନ ବ୍ରଣ୍ଟ ୨ ଓ ସ୍କିଭର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଏହାପୂର୍ବରୁ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ମଧ୍ୟ ୧-୨ରେ ପରାସ୍ତ ହୋଇଥିଲା। ତେବେ ଏକମାତ୍ର ଟେଷ୍ଟରେ ଖରାପ ଆରମ୍ଭ କରିଥିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ କରି ଭାରତ ଡ୍ର ରଖି ମନସ୍ତାତ୍ତ୍ୱିକ ବିଜୟ ହାସଲ କରିଥିଲା। ଏବେ ଭାରତୀୟ ମହିଳା ଦଳ ଅଷ୍ଟ୍ରେଲିଆ ଗସ୍ତ କରି ଏକମାତ୍ର ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିବ।
ସଂକ୍ଷିପ୍ତ ସ୍କୋର:
ଭାରତ ୨୦ ଓଭରରେ ୧୫୩/୬
(ମାନ୍ଧନା- ୭୦, ହରମନପ୍ରୀତ- ୩୬, ରିଚା- ୨୦, ଏକ୍ଲେଷ୍ଟୋନ- ୩/୩୫, ବ୍ରଣ୍ଟ- ୨/୨୭, ସ୍କିଭର- ୧/୧୬)।
ଇଂଲଣ୍ଡ ୧୮.୪ ଓଭରରେ ୧୫୪/୨
(ହ୍ବେଟ- ୮୯*, ସ୍କିଭର- ୪୨, ଦୀପ୍ତି- ୧/୨୯, ରାଣା- ୧/୨୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri