୭ରେ ୧୦୫ ପୌର ଉପାଧ୍ୟକ୍ଷ ଭୋଟ

ଭୁବନେଶ୍ୱର,୫।୪(ବ୍ୟୁରୋ):୧୦୫ ପୌରସଂସ୍ଥାର ଉପାଧ୍ୟକ୍ଷ ଓ ୩ ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଚଳିତ ମାସ ୭ ତାରିଖରେ ପରୋକ୍ଷ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୋମବାର ଏ ସମ୍ପର୍କରେ ସବୁ ଜିଲାପାଳ ଓ ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛନ୍ତି ା ସରକାରଙ୍କ ନୂତନ ନିୟମ ଅନୁସାରେ ପୌରସଂସ୍ଥା ଉପାଧ୍ୟକ୍ଷ ଓ ମହାନଗର ନିଗମର ଡେପୁଟି ମେୟର ପଦବୀ ନିର୍ବାଚନ ପାଇଁ ପ୍ରତ୍ୟେକ ରାଜନୈତିକ ଦଳ ସେମାନଙ୍କ ଜଣେ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତ କରିବେ।
ଦଳର ସଭ୍ୟମାନେ ଉପାଧ୍ୟକ୍ଷ/ଡେପୁଟି ମେୟର ନିର୍ବାଚନରେ ଭୋଟଦେଇ ସେହି ଦଳର ପ୍ରାଧିକୃତ ପ୍ରତିନିଧିଙ୍କୁ ଦେଖାଇ ଭୋଟ ବାକ୍ସରେ ପକାଇବେ। ପୌରସଂସ୍ଥାର ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ସୂଚୀ ମଧ୍ୟ ପ୍ରକାଶ ପାଇଛି। ୭ ତାରିଖ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ। ସେହିଦିନ ୧୧ଟାରୁ ୧୨ଟା ମଧ୍ୟାହ୍ନ ସୁଦ୍ଧା ନାମାଙ୍କନ ପତ୍ର ଯାଞ୍ଚ ଏବଂ ଦିନ ୧ଟା ପୂର୍ବରୁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରାଯିବ। ସେହିଦିନ ୧.୩୦ମି.ରୁ ୩.୩୦ ମି. ଭୋଟ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ମତଦାନ ଚାଲିବ। ମତଦାନ ପରେ ସେହିଦିନ ଭୋଟଗଣତି ଏବଂ ଏହାପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି ା ତିନୋଟି ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଆସନ୍ତା ୭, ୮ ଓ ୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ା କଟକ ମହାନଗର ନିଗମ(ସିଏମ୍‌ସି) ଡେପୁଟି ମେୟର ନିର୍ବାଚନ ୭, ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ପାଇଁ ୮ ଏବଂ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଡେପୁଟି ମେୟର ନିର୍ବାଚନ ୯ ତାରିଖରେ ଅନୁଷ୍ଠିତ ହେବ ା ରାଜ୍ୟ ମ୍ୟୁନିସିପାଲିଟି ପ୍ରଶାସନର ନିର୍ଦ୍ଦେଶକଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି ା ଡେପୁଟି ମେୟର ଭୋଟ୍‌ ପାଇଁ ମଧ୍ୟ ନିର୍ବାଚନ ସୂଚୀ ପ୍ରକାଶ କରାଯାଇଛି। ନିର୍ବାଚନ ଦିନ ସକାଳ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଦାଖଲ,୧୧ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ଦିନ ୧ଟା ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ଓ ସେହିଦିନ ୧.୩୦ମି.ରୁ ମତଦାନ ହେବ। ଏହାପରେ ଭୋଟଗଣତି ସହିତ ସେହିଦିନ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri