‘ଡାକୋଟା’ ବିମାନ ଦେଖି ଭାବବିହ୍ବଳ ହେଲେ ଇଣ୍ଡୋନେସିଆ ରାଷ୍ଟ୍ରଦୂତ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ରଖାଯାଇଥିବା ପ୍ରବାଦପୁରୁଷ ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’କୁ ବୁଲି ଦେଖିଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ। ତାଙ୍କ ସହ ଏକ ଟିମ୍‌ ମଧ୍ୟ ‘ଡାକୋଟା’ ଦେଖିଛନ୍ତି।

ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ମହାମହିମ ରାଷ୍ଟ୍ରଦୂତଙ୍କୁ ସ୍ବାଗତ କରିଥିଲେ। ମହାମହିମ ରାଷ୍ଟ୍ରଦୂତଙ୍କୁ ଉତ୍ତରୀୟ ଓ ସ୍ମାରକ ଦେଇ ସମ୍ବର୍ଦ୍ଧିତ କରିବା ସହ ତାଙ୍କୁ ‘ଡାକୋଟା’ ବିମାନ ବୁଲାଇ ଦେଖାଇଥିଲେ। ମହାମହିମ ରାଷ୍ଟ୍ରଦୂତ ପ୍ରବାଦପୁରୁଷ ବିଜୁ ବିଜୁବାବୁଙ୍କ ‘ଡାକୋଟା’ ବିମାନ ଦେଖି ଅତ୍ୟନ୍ତ ଭାବବିହ୍ବଳ ହୋଇ କହିଥିଲେ ଯେ, ଏହି ବିମାନବନ୍ଦରକୁ ଆସି ‘ଡାକୋଟା’ ଦେଖିବା ତାଙ୍କ ପାଇଁ ଏବଂ ପ୍ରତ୍ୟେକ ଇଣ୍ଡୋନେସିଆବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଏହି ବିମାନ ସହ ପ୍ରତିଟି ଇଣ୍ଡୋନେସିଆବାସୀଙ୍କର ଭାବଗତ ସମ୍ପର୍କ ରହିଛି। ଇଣ୍ଡୋନେସିଆ ବିପ୍ଳବ ସମୟରେ ଏହି ବିମାନରେ ଇଣ୍ଡୋନେସିଆର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଜୀବନ ରକ୍ଷା ହୋଇପାରିଥିଲା।

ରାଷ୍ଟ୍ରଦୂତ ବିସ୍ମିତ ହେବା ସହ ଓଡ଼ିଶା ସରକାରଙ୍କୁ ପ୍ରଶଂସା କରିଛନ୍ତି। ଦୁର୍ବିପାକ ମୁକାବିଲା ଓ ଜଳ ପରିଚାଳନାରେ ଓଡ଼ିଶା ଚାମ୍ପିୟନ ବୋଲି ସେ କହିଛନ୍ତି । ଅଧିକାରୀଙ୍କୁ ପ୍ରଶିକ୍ଷଣ ନେବାକୁ ସେ ଇଣ୍ଡୋନେସିଆ ସରକାରଙ୍କୁ ସୁପାରିସ କରିବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri