Posted inଫୁରସତ

ନେଟ୍‌ଫ୍ଲିକ୍ସରେ ‘ଦି ଇନ୍ଦ୍ରାଣୀ ମୁଖାର୍ଜିଆ ଷ୍ଟୋରି: ବରିଡ୍‌ ଟ୍ରୁଥ୍‌’

ନୂଆଦିଲ୍ଲୀ,୩।୩କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇର ଆବେଦନକୁ ବମ୍ବେ ହାଇକୋର୍ଟ ଖାରଜ କରିଦେବା ପରେ ‘ଦି ଇନ୍ଦ୍ରାଣୀ ମୁର୍ଖାଜିଆ ଷ୍ଟୋରି: ବରିଡ୍‌ ଟ୍ରୁଥ୍‌’ ସିରିଜ୍‌ର ପ୍ରସାରଣ ଓଟିଟି ପ୍ଲାଟ୍‌ଫର୍ମ ନେଟ୍‌ଫ୍ଲିକ୍ସରେ ଆରମ୍ଭ ହୋଇଛି। ଝିଅ ଶିନା ବୋରାଙ୍କୁ ହତ୍ୟା ମାମଲାରେ ଇନ୍ଦ୍ରାଣୀ ମୁଖାର୍ଜିଆ ୨୦୧୫ରେ ଗିରଫ ହୋଇଥିଲେ। ସେ ମୁମ୍ବାଇର ବାଇକୁଲ୍ଲା ଜେଲରେ ରହିଥିବାବେଳେ ତାଙ୍କ ବିରୋଧରେ ହତ୍ୟା ମାମଲା ବିଚାରାଧୀନ ରହିଛି। ସେତେବେଳେ ଏହି ହାଇପ୍ରୋଫାଇଲ୍‌ ହତ୍ୟାକାଣ୍ଡ ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଉରାଜ ବାହଲ ଏବଂ ଶାନା ଲେଭିଙ୍କ ନିର୍ଦ୍ଦେଶିତ ୪ ଅଧ୍ୟାୟ ବିଶିଷ୍ଟ ଡକ୍ୟୁମେଣ୍ଟାରି ବହୁଚର୍ଚ୍ଚିତ ଶିନା ବୋରା ହତ୍ୟା ମାମଲାର ଜଟିଳତା ଉପରେ ଆଧାରିତ, ଯାହା ପଛର ସତ୍ୟତା ଏପର୍ଯ୍ୟନ୍ତ ଉନ୍ମୋଚିତ ହୋଇପାରି ନାହିଁ। ମାମଲା ବିଚାରାଧୀନ ଥିବାରୁ ଡକ୍ୟୁମେଣ୍ଟାରିକୁ ପ୍ରସାରଣ ପାଇଁ ଅନୁମତି ନ ଦେବାକୁ ସିବିଆଇ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଏହା ବିଚାର ପ୍ରକ୍ରିୟାକୁ ପ୍ରଭାବିତ କରିବ ବୋଲି ତଦନ୍ତକାରୀ ସଂସ୍ଥା ଯୁକ୍ତି ଦର୍ଶାଇଥିଲା। ତେବେ ଡକ୍ୟୁମେଣ୍ଟାରୀରେ ତଦନ୍ତ କିମ୍ବା ବିଚାରକୁ ପ୍ରଭାବିତ କଲାଭଳି କିଛି ନ ଥିବା ଜାଣିବା ପରେ ହାଇକୋର୍ଟ ଏହାର ପ୍ରସାରଣ ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?