୦.୭୨%କୁ ଖସିଲା ସଂକ୍ରମଣ ହାର

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍‌ ବାହାରିଛନ୍ତି। ଫଳରେ ସଂକ୍ରମଣ ହାର ୦.୭୨%କୁ ଖସିଆସିଛି। ସେପଟେ ୫ ଜିଲାରେ କିନ୍ତୁ ସଂକ୍ରମଣ ହାର ୧ ପ୍ରତିଶତ ଉପରେ ରହିଛି। କଟକ ଜିଲାରେ ସର୍ବାଧିକ ହାର ୨.୧% ଥିବାବେଳେ ଗଜପତି ୨, ଖୋର୍ଦ୍ଧା ୧.୬, ରାୟଗଡ଼ା ୧.୫ ଏବଂ ନୟାଗଡ଼ରେ ୧.୧% ରହିଛି। ଦୀର୍ଘଦିନ ପରେ ରାଜ୍ୟର ଗୋଟିଏ ଜିଲାରୁ ଆଦୌ ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ସୋନପୁର ଜିଲାକୁ ଛାଡ଼ି ବାକିସବୁ ଜିଲାରେ ନୂଆ ସଂକ୍ରମିତ ବାହାରିଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୪ଜଣ ରହିଛନ୍ତି। ସେହିଭଳି ଗଜପତିରୁ ୩୦, ସମ୍ବଲପୁର ୨୪, ଯାଜପୁର ୨୩, କଟକ ୨୧, ରାୟଗଡ଼ା ଓ ମୟୂରଭଞ୍ଜରୁ ୨୦ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବାକିସବୁ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦ ତଳେ ରହିଛି। ତେବେ ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ ସଂଖ୍ୟା ୧୨,୮୨,୮୬୯ରେ ପହଞ୍ଚତ୍ଛି। ଅପରପକ୍ଷେ କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ସକ୍ରିୟ ରୋଗୀ ସଂଖ୍ୟାରେ ରାଜ୍ୟର ସବୁ ଜିଲା ଏବେ ଗ୍ରୀନ୍‌ ଜୋନ୍‌ରେ ରହିଛି। ସେପଟେ ରାଜ୍ୟରେ ଆଉ ୧୫ଜଣ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୭ଜଣ ମହିଳା ଥିବାବେଳେ ୮ଜଣ ପୁରୁଷ ରହିଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୬ଜଣ ରହିଥିବାବେଳେ ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ ଏବଂ ସମ୍ବଲପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳରେ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯,୦୨୬କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri