କେଏସ୍‌ୟୁବି କଲେଜର ଭିତ୍ତିଭୂମି ସୁଦୃଢ଼ କରାଯିବ: ମନ୍ତ୍ରୀ

ଭଞ୍ଜନଗର,୨୪।୧୧(ଡି.ଏନ.ଏ.)-ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଶନିବାର ପୂର୍ବାହ୍ନରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) କଲେଜ ପରିଦର୍ଶନରେ ଯାଇଥିଲେ। ସେଠାରେ କଲେଜର ଭିତ୍ତିଭୂମି ଅନୁଧ୍ୟାନ କରି ଏହାକୁ କିଭଳି ଅଧିକ ସୁଦୃଢ଼ କରାଯାଇପାରିବ ସେ ନେଇ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଥିଲେ। କଲେଜର କିଛି ଅଞ୍ଚଳ ପାଚେରି ନ ଥିବାରୁ ଅସାମାଜିକ ଯୁବକମାନେ ବିଭିନ୍ନ ସମୟରେ କଲେଜ ଭିତରକୁ ପ୍ରବେଶ କରୁଛନ୍ତି । ପାଚେରି କାମ କିଭଳି ପୂର୍ଣ୍ଣାଙ୍ଗ ହେବ ସେ ନେଇ ପଦକ୍ଷେପ ନିଆଯିବ। ଏଥିସହ ସାଇକେଲ ଷ୍ଟାଣ୍ଡ ରେଡ୍‌କ୍ରସ ମଣ୍ଡପ ନିକଟରେ ନିର୍ମାଣ କରାଯିବ। ଆଗାମୀ ଦିନରେ ହେବାକୁ ଥିବା ନୂତନ କୋଠା କାମ ମଧ୍ୟ ନିର୍ଦ୍ଧାରିତ ସମୟରେ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ମନ୍ତ୍ରୀ ଶ୍ରୀରାମନଗର ଅଞ୍ଚଳରେ ହେଉଥିବା ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଓ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ନୂତନ କୋଠା କାମ ବୁଲି ଦେଖିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ରମେଶ ପ୍ରସାଦ ସ୍ବାଇଁ, କଲେଜ ଅଧ୍ୟକ୍ଷ ଡ.ନୀଳାଞ୍ଚଳ ମୁନି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri