ବିକଶିତ ହେବ ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ଭିତ୍ତିଭୂମି

ଭୁବନେଶ୍ୱର, ୪।୧(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ନିର୍ଭରଶୀଳ ଓ ବାସଯୋଗ୍ୟ ବସତି ବିକାଶ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ପ୍ରଦାନ କରିଛନ୍ତି। ସହର ଅନ୍ତର୍ଗତ ଜଙ୍ଗଲ ଜମିରେ ଥିବା ବସ୍ତିଗୁଡ଼ିକରେ ମୌଳିକ ଭିତ୍ତିଭୂମି ବିକାଶ ନିମନ୍ତେ ସୋମବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ଜମିରେ ଥିବା ବସ୍ତିଗୁଡ଼ିକର ବିକାଶ ସମ୍ବନ୍ଧିତ କର୍ମଶାଳାକୁ ଉଦ୍‌ଘାଟନ କରି ମୁଖ୍ୟ ଶାସନ ସଚିବ କହିଛନ୍ତି, ବସ୍ତିବାସିନ୍ଦାମାନେ ସହରର ଏକ ଅବିଚ୍ଛେଦ୍ୟ ଅଙ୍ଗ। ସେମାନଙ୍କ ପାଇଁ ଉତ୍ତମ ବାସଗୃହ ଏବଂ ମୌଳିକ ସେବା ଯୋଗାଣ ନିଶ୍ଚିତ କରାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଭିଯାନ ଆରମ୍ଭ କରିଛନ୍ତି। ଏହି ମିଶନର ପ୍ରଥମ ପର୍ଯ୍ୟାୟରେ ଜମି ଅଧିକାର ପ୍ରଦାନ ଉପରେ ଗୁରୁତ୍ୱାରୋପ କରାଯାଇଛି। ସେହିପରି ବସ୍ତିଗୁଡ଼ିକର ବିକାଶ କରି ସେସବୁକୁ ସହର ମୁଖ୍ୟ ଜୀବନଧାରା ସହ ସଂଯୁକ୍ତ କରିବା ଉପରେ ଧ୍ୟାନଦେବାକୁ କୁହାଯାଇଛି। ଚଳିତ ବର୍ଷ ଶେଷସୁଦ୍ଧା ସହର ବସ୍ତିଗୃହ ଅଞ୍ଚଳ(ଉଷା) ସର୍ଭେ ମାଧ୍ୟମରେ ଚିହ୍ନିତ ସମସ୍ତ ବସ୍ତିର ବିକାଶ ସାଧନ କରିବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। କର୍ମଶାଳାରେ ଯୋଗଦେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା କହିଛନ୍ତି, ସହର ଅନ୍ତର୍ଗତ ଜଙ୍ଗଲ ଜମିରେ ରହିଥିବା ପୁରୁଣା ବସ୍ତିଗୁଡ଼ିକରେ ଜମି ଅଧିକାର ଏବଂ ଉନ୍ନୟନମୂଳକ କାର୍ଯ୍ୟ ନିମନ୍ତେ ଥିବା ଆଇନଗତ ଆବଶ୍ୟକତା ଆଦିକୁ ବିଚାରକରି ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟାନ୍ବୟନ ପଦ୍ଧତି (ଏସ୍‌ଓପି) ସ୍ଥିର କରାଯାଇଛି। ନଗର ଓ ଗୃହ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥାନନ୍‌ କହିଛନ୍ତି, ଓଡ଼ିଶାର ଜାଗା ମିଶନ ଅନ୍ତର୍ଜାତୀୟ ସ୍ବୀକୃତି ଲାଭ କରିଛି। ଏଥିପାଇଁ ଓଡ଼ିଶାକୁ ବିଶ୍ୱ ବସତି ପୁରସ୍କାର-୨୦୧୮ ଏବଂ ଏସିଆ-ପ୍ରଶାନ୍ତ ଆବାସିକ ପୁରସ୍କାର-୨୦୨୧ରେ ସମ୍ମାନିତ କରାଯାଇଛି। ଉଷା ସର୍ଭେ ମାଧ୍ୟମରେ ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ପ୍ରାୟ ୩୦୦୦ ବସ୍ତି ଚିହ୍ନଟ କରାଯାଇଛି। ଏଥିରେ ପ୍ରାୟ ୧,୬୮,୧୪୧ ବାସଗୃହ ରହିଥିବା ବେଳେ ସେଥିରୁ ୭୦,୦୦୦ ଗୃହଙ୍କୁ ଜମି ଅଧିକାର ଏବଂ ୧,୦୩,୩୨୮ ଗୃହଙ୍କୁ ଜମି ପ୍ରମାଣପତ୍ର ଦିଆଯାଇଛି। ଇତିମଧ୍ୟରେ ୫୫୦ ବସ୍ତିର ବିକାଶ କରି ସେସବୁକୁ ସହରୀ ଜୀବନର ମୁଖ୍ୟସ୍ରୋତରେ ସାମିଲ କରାଯାଇଛି। ଅବଶିଷ୍ଟ ବସ୍ତିକୁ ଚଳିତ ବର୍ଷ ଶେଷସୁଦ୍ଧା ବିକଶିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉଷା ସର୍ଭେ ମାଧ୍ୟମରେ ଚିହ୍ନିତ ବସ୍ତିଗୁଡ଼ିକ ମଧ୍ୟରୁ ୨୫୩ଟି ବସ୍ତି ୪୫ଟି ସହର ଅନ୍ତର୍ଗତ ଜଙ୍ଗଲ ଜମିରେ ରହିଛି। ଏହି ବସ୍ତିଗୁଡ଼ିକରେ ଜମି ଅଧିକାର ଏବଂ ଭିତ୍ତିଭୂମି ବିକାଶ ନିମନ୍ତେ ପ୍ରସ୍ତୁତ ଏସ୍‌ଓପି ବିଷୟରେ ସବିଶେଷ ଆଲୋଚନା ହୋଇଛି। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଶିଶିର କୁମାର ରଥ କହିଛନ୍ତି, ଏସ୍‌ଓପିକୁ ପରୀକ୍ଷାମୂଳକ ଭାବେ ଢେଙ୍କାନାଳ ପୌର ପରିଷଦ ଅଞ୍ଚଳରେ ପ୍ରୟୋଗ କରାଯାଇଥିଲା। ଏହା ପୂର୍ଣ୍ଣମାତ୍ରାରେ ଫଳପ୍ରସୂ ହୋଇଛି। ଏହି ଏସ୍‌ଓପିକୁ ଅନ୍ୟ ସମସ୍ତ ବସ୍ତିର ବିକାଶ ନିମନ୍ତେ ସମୟାନୁବନ୍ଧିତ ଭାବେ କାର୍ଯ୍ୟାନ୍ବୟନ କରିବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ଜିଲାର ଜିଲାପାଳ, ଡିଏଫ୍‌ଓ ଏବଂ ସହରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri