ମଶା ଉପଦ୍ରବରେ ସହରବାସୀ ନୟାନ୍ତ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ବର୍ଷ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର କର୍ତ୍ତୃପକ୍ଷ ମହରଗରୁ ଯାଇ କାନ୍ତାରରେ ପଡିଛନ୍ତି। ସହରର ବିଭିନ୍ନ ସ୍ଥାନରେ ଦିନ ଦିନ ଧରି ଆବର୍ଜନା ଉଠୁନାହିଁ। ନିୟୋଜିତ ସଫେଇ କର୍ମଚାରୀଙ୍କଠାରୁ ପ୍ରାୟ ୨ ଗୁଣା ଅଧିକ କର୍ମଚାରୀଙ୍କ ନାମରେ ବିଲ ଉଠାଣ ହେଉଛି। ଏଥିରେ ଭାଗବଣ୍ଟା କରି ସହରର ପରିମଳ ବ୍ୟବସ୍ଥା ପ୍ରତି କର୍ତ୍ତୃପକ୍ଷ ଆଖି ବୁଜି ଦେଇଛନ୍ତି। ଫଳରେ ସମ୍ପୃକ୍ତ ୱାର୍ଡବାସୀ କୁଢ କୁଢ ଅଳିଆ,ଆବର୍ଜନା ଓ ନର୍ଦ୍ଦମାନର ଦୁର୍ଗନ୍ଧରେ ଦହଗଞ୍ଜ ହେଉଛନ୍ତି। ମଶାଙ୍କ ବଂଶ ବୃଦ୍ଧି ପାଇଛି। ଦିନବେଳା ବି ଘରେ ଶାନ୍ତିରେ ବସି ହେଉନାହିଁ । କଠିନ ବର୍ଜ୍ୟବସ୍ତୁର ଠିକ ପରିଚାଳନା କରି ନ ପାରିବା ଅଭିଯୋଗରେ ଏହି ପୌରାଞ୍ଚଳ ଖୁବଶୀଘ୍ର ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଫାଶରେ ପଡିବାର ସମ୍ଭାବନା ସୃଷ୍ଟି କରିଛି।
ଏନ୍‌ଜିଟି କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନରେ ପକାଇବା ଏବଂ ଆବର୍ଜନା ସ୍ଥାନରେ ଜଳାଇବା ପାଇଁ ସମ୍ପୂର୍ଣ୍ଣ ନିଷେଧ କରିଛି। ଏହାର ବ୍ୟତିକ୍ରମ ଦୃଷ୍ଟିଗୋଚର ହେଲେ ଖିଲାପକାରୀଙ୍କଠାରୁ ପରିବେଶୀୟ କ୍ଷତିପୂରଣ ବାବଦରେ ଜୋରିମାନା ସ୍ବରୂପ ୫ ହଜାର ଟଙ୍କା ଓ ସମୂହ ଆବର୍ଜନା ଜଳାଇଲେ ୨୫ ହଜାର ଟଙ୍କା ଭୂରାଜସ୍ବ ଆକାରରେ ଆଇନ ଅନୁଯାୟୀ ଆଦାୟ କରାଯିବ। କିନ୍ତୁ ଯାଜପୁର ଜିଲାର ବ୍ୟାସନଗର ପୌରପରିଷଦ ଏହି ନିର୍ଦ୍ଦେଶକୁ ଅବମାନନା କରି ଚାଲିଛନ୍ତି। ଏହି ସହରର ପରିସୀମା କ୍ରମଶଃ ବଢିବାରେ ଲାଗିଛି। କିନ୍ତୁ ନୂତନ ବସ୍ତି ଅଞ୍ଚଳକୁ ରାସ୍ତାଘାଟ, ଡ୍ରେନେଜ ଓ ପାନୀୟ ଜଳ ସୁବିଧା ଦେବାରେ ପୌର ପରିଷଦ ବିଫଳ ହୋଇଛି। ନୂତନ ବସ୍ତି ଅଞ୍ଚଳକୁ ପକ୍କା ରାସ୍ତା ଓ ଡ୍ରେନେଜ ନିର୍ମାଣ କରିବାକୁ ପୌର ପରିଷଦ କର୍ତ୍ତୃପକ୍ଷ ଓ ନିର୍ବାଚିତ ଲୋକ ପ୍ରତିନିଧି କୁଆଡେ ୨୦ ହଜାର ଟଙ୍କା ଲେଖାଏଁ ଦାବି କରୁଥିବା ଶୁଣିବାକୁ ମିଳିଛି। କିନ୍ତୁ ସମ୍ପୃକ୍ତ ବସ୍ତି ଅଞ୍ଚଳବାସୀ ଏହି ଅର୍ଥ ଦେଇ ନ ପାରିଲେ ଡ୍ରେନେଜ ଓ ପରିବେଶ ସମସ୍ୟାରେ ସେମାନେ ରୁନ୍ଧି ହେଉଛନ୍ତି। ଦେଶରେ ବ୍ୟବସ୍ଥାଗତ ଦୃଷ୍ଟିରୁ ପୌରାଞ୍ଚଳକୁ ପ୍ରଶାସନିକ ବ୍ୟବସ୍ଥାରୁ ମୁକ୍ତ କରାଯାଇଛି। ସହରବାସୀଙ୍କ ମତଦାନରେ କାଉନସିଲ ଓ ପୌରାଧ୍ୟକ୍ଷା ନିର୍ବାଚିତ ହେଉଛନ୍ତି। ଯଦ୍ୱାରା ସେମାନେ ନିଜ ଅଞ୍ଚଳର ବିକାଶର ପରିଭାଷା ନିଜେ ସ୍ପଷ୍ଟ କରି ତାଙ୍କ ସହରକୁ ଆହୁରି ବିକାଶମୁଖର କରି ପାରିବେ। କିନ୍ତୁ ବ୍ୟାସନଗର ପୌରପରିଷଦ ଅଞ୍ଚଳରେ ବିକାଶର ଗତି ଓଲଟା ହୋଇଯାଇଛି। ସହରର ପରିମଳ ବ୍ୟବସ୍ଥା ପାଇଁ ଆସୁଥିବା ଅନୁଦାନ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇ ପାରୁନାହିଁ। ଲୋକଙ୍କ ଆଶା ଭରସାକୁ ନିଜ ସ୍ବାର୍ଥରେ ଅଧିକ ନିୟୋଜିତ କରାଯାଉଛି। ଜଣେ କାଉନସିଲରଙ୍କ ସହ ଏନେଇ ଆଲୋଚନା ବେଳେ ସେ କହିଥିଲେ ନିର୍ବାଚନ ସମୟରେ ଯେଉଁ ଅର୍ଥ ଖର୍ଚ୍ଚ କରାଯାଉଛି, ତାହା କିଭଳି ଆଉ ଆଦାୟ ହୋଇ ପାରିବ। ଏଭଳିଭାବେ ଅଧ୍ୟକ୍ଷା ଓ କାଉନସିଲରଙ୍କ ପାରିବାପଣିଆ ଓ ବିକାଶର ଦୃଷ୍ଟିଭଙ୍ଗୀ ଅଭାବରୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ମହତ୍ୱାକାଂକ୍ଷୀ ଯୋଜନାଗୁଡ଼ିକର ଅପମାନ ହେଉଛି ବୋଲି ସାଧାରଣରେ ମତପ୍ରକାଶ ପାଉଛି। ସହରର ସଫେଇ କାର୍ଯ୍ୟ ପାଇଁ ମାସିକ ପାଖାପାଖି ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। କିନ୍ତୁ ଠିକାସଂସ୍ଥା ପକ୍ଷରୁ ଆବଶ୍ୟକ ସଫେଇ କର୍ମଚାରୀ ନିୟୋଜନ ନ କରି କେବଳ ଲାଭ ଜଗିବାରେ ବ୍ୟସ୍ତ ଥିବା କୁହାଯାଉଛି। ଏହାଦ୍ୱାରା ରାସ୍ତାପାର୍ଶ୍ୱରୁ ମଇଳା, ଡ୍ରେନ ଆଦୌ ସଫା ହେଉ ନ ଥିବାରୁ ମଶାଙ୍କ ଉପତ୍ାତ ଚରମସୀମାରେ ପହଞ୍ଚିଛି। କୌଣସି ମଶା ମରା ଔଷଧ କାମରେ ଲାଗୁନାହିଁ। ପ୍ରାୟ ୬ ମାସ ହେବ ସହରର ଅଧିକାଂଶ ଡ୍ରେନ ସଫା ହୋଇନାହିଁ। ଡ୍ରେନରେ ଆବଶ୍ୟକ ମଶାତେଲ ସିଞ୍ଚନ କରାଯାଉ ନାହିଁ। ଏଥିପାଇଁ ଆସୁଥିବା ଅନୁଦାନକୁ ଠିକାସଂସ୍ଥା ଓ ପୌର କର୍ତ୍ତୃପକ୍ଷ ମିଳିମିଶି ଚଳୁ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଅଭିଯୋଗ ହୋଇଛି।
ଏ ସଂକ୍ରାନ୍ତରେ ବ୍ୟାସନଗର ପୌର ପରିଷଦର ନିର୍ବାହୀ ଅଧିକାରୀ ତରୁଣ କୁମାର ମହାପାତ୍ରଙ୍କ ମତାମତ ନେବାକୁ ତାଙ୍କ ମୋବାଇଲ ନମ୍ବରକୁ ଯୋଗାଯୋଗ କରାଯାଇଥିଲେ ହେଁ ସେ ଫୋନ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri