କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଥିବାବେଳେ ଛାତ୍ରୀଙ୍କ ପରିଚୟ ମିଳିନି।