ଆହତ ଦନ୍ତାର ହେଲା ଅସ୍ତ୍ରୋପଚାର

ବେତନଟୀ,୩ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବେତନଟୀ ରେଞ୍ଜ୍‌ର ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ୧୫ ଦିନ ହେବ ଅସୁସ୍ଥ ଅବସ୍ଥାରେ ବିଚରଣ କରୁଥିବା ଦନ୍ତାହାତୀର ରବିବାର ଅସ୍ତ୍ରୋପଚାର କରାଯାଇଛି। ଅସ୍ତ୍ରୋପଚାର ବେଳେ ହାତୀ ଗୋଡ଼ରୁ ଏକ ମୋଟା ପ୍ଲାଷ୍ଟିକ ରଶି ବାହାରିଥିବା ଚିିକିତ୍ସା କରୁଥିବା ଓୟୁଏଟିର ବିଶେଷଜ୍ଞମାନେ କହିଛନ୍ତି।
ସୂଚନା ଅନୁଯାୟୀ, ବେତନଟୀ ରେଞ୍ଜ ଅଧୀନ ଡୁମାପଦା, ଖଡିଶୋଳ, କାଞ୍ଚନନଗର, ମସିଣାକାଟି ଓ ତୁଙ୍ଗାଧୁଆ ଅଞ୍ଚଳରେ ଏକ ଗୋଠଛଡ଼ା ଦନ୍ତା ବିଚରଣ କରୁଥିଲା। ଗୋଡ଼ରେ କ୍ଷତ ସୃଷ୍ଟି ହୋଇଥିବାରୁ ସେ ସ୍ବାଭାବିକ ଚଳପ୍ରଚଳ କରିପାରୁ ନ ଥିଲା। ବେତନଟୀ ବନ ବିଭାଗର ନଜରକୁ ଆସିବା ପରେ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ୱାଇଲ୍ଡ ଲାଇଫ୍‌ ଟ୍ରଷ୍ଟ ଅଫ୍‌ ଇଣ୍ଡିଆରୁ ଡ. ବ୍ରଜରାଜ ଏବଂ ରୁଦ୍ରନାରାୟଣ ମହାପାତ୍ରଙ୍କ ସମେତ ଓୟୁଏଟିର ପ୍ରଫେସର ଇନ୍ଦ୍ରମଣି ନାଥ, ଶିମିଳିପାଳ ଟାଇଗର ରିଜର୍ଭର ଡ. ପୀୟୂଷ ସୋରେନ ପ୍ରମୁଖଙ୍କୁ ନେଇ ଏକ ଡାକ୍ତରୀ ଟିମ୍‌ ରବିବାର ସକାଳେ ହାତୀ ନିକଟରେ ପହଞ୍ଚିଥିଲେ। ଡିଏଫ୍‌ଓ ସନ୍ତୋଷ ଯୋଶୀ, ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ଡେପୁଟି ଡାଇରେକ୍ଟର ଡ. ସମ୍ରାଟ ଗୌଡ଼ା ପ୍ରମୁଖ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ଅସୁସ୍ଥ ହାତୀକୁ ଟ୍ରାଙ୍କୁଲାଇଜ୍‌ କରାଯିବା ପରେ ପ୍ରଫେସର ନାଥଙ୍କ ସହ ଟିମ୍‌ର ଅନ୍ୟ ସଦସ୍ୟମାନେ ତା’ର ଚିକିତ୍ସା ଆରମ୍ଭ କରିଥିଲେ। ଦୀର୍ଘ ୪ ଘଣ୍ଟା ଉଦ୍ୟମ ପରେ ଅସ୍ତ୍ରୋପଚାର ସଫଳ ହୋଇଥିଲା। ଦନ୍ତାର ବାମପଟ ଆଗ ଗୋଡ଼ରେ ଚାପି ହୋଇରହିଥିବା ଏକ ପ୍ଲାଷ୍ଟିକ୍‌ ରଶିକୁ ବାହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri