ସହାୟତା ପାଇଁ ଜିଲାପାଳଙ୍କୁ ଭେଟିଲେ ଆହତ ପରିବାର

ବାରିପଦା ଅଫିସ,୧୪।୬: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାହାନଗା ରେଳ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସମେତ ପରିବାର ଲୋକେ ସହାୟତା ପାଇଁ ମୟୂରଭଞ୍ଜ ଜିଲାପାଳଙ୍କୁ ଭେଟିଛନ୍ତି। ଦୁର୍ଘଟଣାରେ ଆହତଙ୍କ ଚିକିସତ୍ା ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି। ତେବେ ପ୍ରସ୍ତୁତ ହୋଇଥିବା ତାଲିକା ଆସିବା ପରେ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଜିଲାପାଳ ବିନୀତ ଭରଦ୍ୱାଜ ପ୍ରକାଶ କରିଛନ୍ତି ା
ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଆସନଜଡା ଗ୍ରାମର ଗୋପା ସୋରେନଙ୍କ ସହ ଅନ୍ୟ ଜଣେ ଯୁବକ ଦାଦନ ଖଟିବାକୁ କରମଣ୍ଡଳ ଏକ୍ସପ୍ରେସ ଯୋଗେ ଚେନ୍ନାଇ ଅଭିମୁଖେ ଯାଉଥିଲେ। ଗତ ୨ତାରିଖରେ ଉଭୟ ବାଲେଶ୍ୱର ଷ୍ଟେଶନରେ ଜେନେରାଲ ବଗିରେ ବସିଥିଲେ ା ବାହାନଗାଠାରେ ଟ୍ରେନ ଦୁର୍ଘଟଣା ହେବାରୁ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗୋପାଙ୍କୁ ପ୍ରଥମେ ସୋର ଡାକ୍ତରଖାନା ଓ ପରେ ବାଲେଶ୍ୱର ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା ା ପରବର୍ତ୍ତୀ ସମୟରେ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ଡାହାଣ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବା ବେଳେ ପେଟ ଓ ଛାତି ଯନ୍ତ୍ରଣା ହେଉଥିଲା। ଡାକ୍ତରଙ୍କ ଦ୍ୱାରା ପରୀକ୍ଷା ପରେ ତାଙ୍କ କୀଡନିରେ ତ୍ରୁଟି ରହିଥିବା ଜଣାପଡ଼ିଛି। ଏ ନେଇ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ ଜାରି ରଖିଛନ୍ତି ା ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତର ଆହତଙ୍କୁ ୧ଲକ୍ଷ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଗଲେ ପୁଅର ଚିକିତ୍ସାରେ ବାଧା ସୃଷ୍ଟି ହେବନାହିଁ ବୋଲି ବାପା ମୁନା ସୋରେନ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri