ସହାୟତା ପାଇଁ ଜିଲାପାଳଙ୍କୁ ଭେଟିଲେ ଆହତ ପରିବାର

ବାରିପଦା ଅଫିସ,୧୪।୬: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାହାନଗା ରେଳ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସମେତ ପରିବାର ଲୋକେ ସହାୟତା ପାଇଁ ମୟୂରଭଞ୍ଜ ଜିଲାପାଳଙ୍କୁ ଭେଟିଛନ୍ତି। ଦୁର୍ଘଟଣାରେ ଆହତଙ୍କ ଚିକିସତ୍ା ନିମନ୍ତେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି। ତେବେ ପ୍ରସ୍ତୁତ ହୋଇଥିବା ତାଲିକା ଆସିବା ପରେ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଜିଲାପାଳ ବିନୀତ ଭରଦ୍ୱାଜ ପ୍ରକାଶ କରିଛନ୍ତି ା
ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଆସନଜଡା ଗ୍ରାମର ଗୋପା ସୋରେନଙ୍କ ସହ ଅନ୍ୟ ଜଣେ ଯୁବକ ଦାଦନ ଖଟିବାକୁ କରମଣ୍ଡଳ ଏକ୍ସପ୍ରେସ ଯୋଗେ ଚେନ୍ନାଇ ଅଭିମୁଖେ ଯାଉଥିଲେ। ଗତ ୨ତାରିଖରେ ଉଭୟ ବାଲେଶ୍ୱର ଷ୍ଟେଶନରେ ଜେନେରାଲ ବଗିରେ ବସିଥିଲେ ା ବାହାନଗାଠାରେ ଟ୍ରେନ ଦୁର୍ଘଟଣା ହେବାରୁ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଗୋପାଙ୍କୁ ପ୍ରଥମେ ସୋର ଡାକ୍ତରଖାନା ଓ ପରେ ବାଲେଶ୍ୱର ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା ା ପରବର୍ତ୍ତୀ ସମୟରେ ତାଙ୍କୁ ବାରିପଦା ପିଆର୍‌ଏମ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ଡାହାଣ ଗୋଡ଼ରେ ଶକ୍ତ ଆଘାତ ଲାଗିଥିବା ବେଳେ ପେଟ ଓ ଛାତି ଯନ୍ତ୍ରଣା ହେଉଥିଲା। ଡାକ୍ତରଙ୍କ ଦ୍ୱାରା ପରୀକ୍ଷା ପରେ ତାଙ୍କ କୀଡନିରେ ତ୍ରୁଟି ରହିଥିବା ଜଣାପଡ଼ିଛି। ଏ ନେଇ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ ଜାରି ରଖିଛନ୍ତି ା ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତର ଆହତଙ୍କୁ ୧ଲକ୍ଷ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଗଲେ ପୁଅର ଚିକିତ୍ସାରେ ବାଧା ସୃଷ୍ଟି ହେବନାହିଁ ବୋଲି ବାପା ମୁନା ସୋରେନ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?