ବାଘ ଆକ୍ରମଣରେ ଆହତ ସମ୍ବର ଆଖି ବୁଜିଲା

ଠାକୁରମୁଣ୍ଡା,୪।୧(ଡି.ଏନ୍‌.ଏ.): କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଭେଜଡିହା ଗ୍ରାମ ନିକଟରେ ସୋମବାର ସକାଳେ ଆହତ ଅବସ୍ଥାରେ ମିଳିଥିବା ଏକ ସମ୍ବରର ମୃତ୍ୟୁ ଘଟିଛି। ମୃତ ସମ୍ବରକୁ ଜଙ୍ଗଲ ଭିତରେ କଲରାପତରିଆ ବାଘ ଆକ୍ରମଣ କରିଥିବାର ବନବିଭାଗ ଅନୁମାନ କରୁଛି। ମୃତ ସମ୍ବରର ବୟସ ପ୍ରାୟ ୨ ବର୍ଷ। ଓଜନ ଦେଢ଼ କ୍ୱିଣ୍ଟାଲ ହେବ। ଶିମିଳିପାଳ ଜଙ୍ଗଲ ଭିତରେ ବାଘ ଆକ୍ରମଣରୁ ଖସି ପଳାଇ ଆସି ଭେଜଡିହା ଗ୍ରାମ ଭିତରକୁ ଦୌଡ଼ି ଆସିବା ବେଳେ ଲୋକେ ସମ୍ବରକୁ ଦେଖି ବନବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ସମ୍ବରକୁ ଚିକିତ୍ସା ପାଇଁ ପ୍ରସ୍ତୁତି କରୁଥିବା ସମୟରେ ତା’ର ମୃତ୍ୟୁ ଘଟିଥିଲା। ମୃତ ସମ୍ବରର ବେକ, ଲାଞ୍ଜ,ପିଠିରେ କ୍ଷତ ହୋଇଛି। ବନବିଭାଗ କର୍ମଚାରମାନେ ଠାକୁରମୁଣ୍ଡା ରେଞ୍ଜ କାର୍ଯ୍ୟାଳୟକୁ ସମ୍ବରର ମୃତଦେହ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri